Advertisment

ଆଜି ଭାରତ ବନ୍ଦ, ଅତ୍ୟାବଶ୍ୟକୀୟ ସେବାକୁ ବାଦ୍

ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ହୋଇଥିବା ୩ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ବନ୍ଦ ପାଳନ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଚାଲିବ।

author-image
Otv Khabar Bureau

ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ହୋଇଥିବା ୩ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ବନ୍ଦ ପାଳନ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଚାଲିବ। ବନ୍ଦ ଡାକରାକୁ କଂଗ୍ରେସ, ବାମଦଳ, ସମାଜବାଦୀ ପାର୍ଟି, ଆମ୍‌ ଆଦମୀ ପାର୍ଟି ସମେତ ୧୨ଟି ବିରୋଧୀ ଦଳ ସମର୍ଥନ ଜଣାଇଛନ୍ତି। ବନ୍ଦ ଡାକରାରୁ ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦିଆଯାଇଛି। 

Advertisment
India Today Bharat Band
Advertisment
Advertisment