Advertisment

Injections Prohibited : ଘରୋଇ ଔଷଧ ଦୋକାନରେ ଫୋଡ଼ାଯାଇ ପାରିବନି ଇଞ୍ଜେକ୍ସନ

ଔଷଧ ଦୋକାନରେ ରୋଗୀଙ୍କୁ ଇଞ୍ଜେକ୍ସନ ଫୋଡ଼ିବା ମନା। ଧରାପଡ଼ିଲେ ଦୋକାନୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ।

author-image
Deviprasad Jena

ଔଷଧ ଦୋକାନରେ ରୋଗୀଙ୍କୁ ଇଞ୍ଜେକ୍ସନ ଫୋଡ଼ିବା ମନା। ଧରାପଡ଼ିଲେ ଦୋକାନୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ଏହି ମର୍ମରେ ସବୁ ସିଡିଏମ୍ଓଙ୍କୁ ଚିଠି ଲେଖିଛି ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ। ତେବେ କାହିଁକି ଏଭଳି ନିଷ୍ପତ୍ତି ନେଇଛି ସ୍ବାସ୍ଥ୍ୟ ବିଭାଗ। ଘରୋଇ ଔଷଧ ଦୋକାନରେ ଫୋଡ଼ାଯାଇ ପାରିବନି ଇଞ୍ଜେକ୍ସନ। ଧରାପଡ଼ିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଏହି ମର୍ମରେ ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ ଚିଠି ଲେଖିବା ପରେ ଆକ୍ସନ ମୋଡରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ। ଚିଠିରେ କୁହାଯାଇଛି, ଅଣତାଲିମପ୍ରାପ୍ତ ଓ ନନ୍ ପ୍ରାକ୍ଟିସନରମାନେ ରୋଗୀଙ୍କୁ ଇଞ୍ଜେକ୍ସନ ଫୋଡ଼ୁଥିବା ନେଇ ବିଭିନ୍ନ ଅଞ୍ଚଳରୁ ଅଭିଯୋଗ ଆସୁଛି। ଏହି କାରଣରୁ କିଛି ମାମଲାରେ ରୋଗୀଙ୍କଠାରେ ପାର୍ଶ୍ବ ପ୍ରତିକ୍ରିୟା ଦେଖିବାକୁ ମିଳିଥିବା ବେଳେ କିଛି ସ୍ଥାନରେ ରୋଗୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ସ୍ଥିତି ରୋକିବାକୁ ନିୟମିତ ସମୟ ବ୍ୟବଧାନରେ ଘରୋଇ ମେଡିସିନ୍ ଷ୍ଟୋରଗୁଡ଼ିକର ଲାଇସେନ୍ସ ଅପ୍-ଟୁ-ଡେଟ୍ ଅଛି କି ନାହିଁ, ତାହା ଯାଞ୍ଚ ପାଇଁ ସବୁ ସିଡିଏମ୍ଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Advertisment
Wrong Injection Medicine Store Odisha Govt Injection
Advertisment
Advertisment