/odishatv-khabar/media/media_files/2026/01/07/ayushman-card-2026-01-07-14-39-32.jpg)
AYUSHMAN CARD Photograph: (otv)
ରାଜ୍ୟରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ। କେନ୍ଦୁଝର ଜିଲ୍ଲାରେ ହେବ ପାଇଲଟ୍ ପ୍ରୋଗ୍ରାମ । ସ୍ୱାସ୍ଥ୍ୟ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା ବେଳେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏହି ମିଶନ ଦ୍ୱାରା ଅଧିକାଂଶ ସ୍ୱାସ୍ଥ୍ୟସେବାକୁ ଡିଜିଟାଲ୍ କରାଯିବ । ଆପଏଣ୍ଟମେଣ୍ଟ, ବୁକିଙ୍ଗ୍, ରେଫରାଲ୍ ଓ ଫଲୋଅପ୍ ବ୍ୟବସ୍ଥା ଡିଜିଟାଲ ମାଧ୍ୟମରେ କରାଯିବ। ଏହା ଦ୍ୱାରା ରୋଗୀମାନଙ୍କ ପ୍ରତୀକ୍ଷା ସମୟ କମିବା ସହ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର ସର୍ବୋତ୍ତମ ବ୍ୟବହାର ହୋଇପାରିବ।
କେନ୍ଦୁଝରରେ ପାଇଲଟ୍ ପ୍ରୋଗ୍ରାମ କରାଯାଇ ପରବର୍ତ୍ତୀ ସମୟରେ ସାରା ରାଜ୍ୟକୁ କରାଯିବ ସଂପ୍ରସାରଣ । ଏହାଛଡ଼ା ଡାକ୍ତରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ, ଆରମ୍ଭ ହେବ DNB ପାଠ୍ୟକ୍ରମ । ଏଥିରେ ଡାକ୍ତରମାନେ ପ୍ରାକ୍ଟିକାଲ୍ ଓ କ୍ଲିନିକାଲ୍ ଟ୍ରେନିଂ ପାଇ ସ୍ପେଶିଆଲାଇଜେସନ୍ କରିପାରିବେ।
ଅନ୍ୟପକ୍ଷରେ ଆୟୁଷ ଡାକ୍ତରମାନେ କେବଳ ଆୟୁର୍ବେଦିକ ଔଷଧ ହିଁ ଲେଖିବେ । ସେମାନେ କୌଣସି ଏଲୋପାଥିକ ଔଷଧ ପ୍ରେସକ୍ରାଇବ କରିବେ ନାହିଁ। ତତସହିତ ଓଡ଼ିଶାରେ ଆୟୁଷ ଡାକ୍ତରମାନଙ୍କର ସେବାକୁ ଅଗ୍ରାଧିକାର ଦେବା ନିମନ୍ତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ମାନଙ୍କରେ ଆର୍ୟୁବେଦିକ ଓ ହୋମିଓପାଥି ମେଡିସିନ ଉପଲବ୍ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)





/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)