୬ବର୍ଷ ଚାଲିବା ପରେ ଏବେ ହଜିଯିବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା। ଲାଗୁହେବ ଆୟୁଷ୍ମାନ ଭାରତ- ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ନିଜ ସରକାରର ପ୍ରଥମ ବଜେଟରେ ୩ ହଜାର ୫୫୬ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ- ଜନ ଆରୋଗ୍ୟ ଯୋଜନା ପାଇଁ ୫୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ରାଜ୍ୟର ନିଜସ୍ୱ ପାଣ୍ଠିରେ ଚାଲିବାକୁ ଥିବା ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ପାଇଁ ୩ ହଜାର ୫୬ କୋଟି ଟଙ୍କା ରଖାଯାଇଛି।