Advertisment

ଭୁବନେଶ୍ବରରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କର ପାର୍ଥିବ ଶରୀର

ଆଜି ଅପରାହ୍ନରେ ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠି ଶ୍ରଦ୍ଧାଞ୍ଜଳି ଜଣାଇବାକୁ ପହଞ୍ଚିଥିଲେ ଦଳ ମତ ନିର୍ବିଶେଷରେ ବହୁ ରାଜନେତା ଓ ବିଶିଷ୍ଟ ବ୍ୟକ୍ତି।

author-image
Santosh Kumar Sahoo

ଦିବଂଗତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ଚାଲିଛି ଶେଷ ଦର୍ଶନ। ଆଜି ଅପରାହ୍ନରେ ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠି ଶ୍ରଦ୍ଧାଞ୍ଜଳି ଜଣାଇବାକୁ ପହଞ୍ଚିଥିଲେ ଦଳ ମତ ନିର୍ବିଶେଷରେ ବହୁ ରାଜନେତା ଓ ବିଶିଷ୍ଟ ବ୍ୟକ୍ତି। ସ୍ବର୍ଗତ ପ୍ରଧାନଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢ଼ୀ ଶେଷ ଦର୍ଶନ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। 

Advertisment
Bhubaneswar BJP
Advertisment
Advertisment