ଶ୍ରୀମନ୍ଦିରର ଭିତର ହେଉ କି ବାହ୍ୟ ସୁରକ୍ଷା, ଏ ଦାୟିତ୍ବ ସମ୍ଭାଳିବ ସ୍ବତନ୍ତ୍ର ସୁରକ୍ଷା ବାଟାଲିଅନ୍ । ଯାହାର ନାଁ ରହିଛି ଶ୍ରୀମନ୍ଦିର ସ୍ପେଶାଲ ସିକ୍ୟୁରିଟି ବାଟାଲିଅନ୍ । ତେବେ ଏଥିରେ ସିଧା ନିଯୁକ୍ତି ଦିଆଯିବନି ବରଂ OSAPରୁ ଡେପୁଟେସନରେ କର୍ମଚାରୀ ଆସିବେ ବୋଲି କହିଛନ୍ତି ଆଇନମନ୍ତ୍ରୀ । ଏମାନଙ୍କ ଦାୟିତ୍ବ ଓ କାର୍ଯ୍ୟକାଳ କିଭଳି ରହିବ ସେ ନେଇ ବି ପ୍ରସ୍ତୁତ ହୋଇଛି ମୋଡାଲିଟି । ବାଟାଲିଅନ୍ ହେଡକ୍ବାର୍ଟର ପୁରୀରେ ରହିବ, ତେବେ ୟୁନିଫର୍ମ ଓ ଲୋଗୋ ସମ୍ପର୍କରେ ପୋଲିସ ଡିଜି ନିଷ୍ପତ୍ତି ନେବେ ।