Advertisment

ଆସିଲା ସୁଭଦ୍ରା, ବର୍ଷକୁ ମିଳିବ ୧୦ ହଜାର

ରାଜ୍ୟର ଆର୍ଥିକ ଅନଗ୍ରସର ପରିବାରର ମହିଳାଙ୍କ ପାଇଁ ଆସିଲା ଖୁସି ଖବର। ଚଳିତ ଆର୍ଥିକ ବର୍ଷରୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ବହୁ ପ୍ରତିକ୍ଷୀତ ତଥା ବହୁ ଚର୍ଚ୍ଚିତ 'ସୁଭଦ୍ରା' ଯୋଜନା।

author-image
Santosh Kumar Sahoo

ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ଆସିବ ମୋଟ ୫୦ ହଜାର ନଗଦ ରାଶି । ଚଳିତ ଆର୍ଥିକ ବର୍ଷରୁ ଲାଗୁ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା । ୨୦୨୪ ନିର୍ବାଚନରେ ବିଜେପି ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ଆରମ୍ଭ କରିବାକୁ ଯାଉଛନ୍ତି ସୁଭଦ୍ରା ଯୋଜନା । ସୁଭଦ୍ରା ଯୋଜନାକୁ ଗତକାଲି ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ପରେ ଆଜି ବିଧାନସଭାରେ ଯୋଜନାର ଏସଓପି ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Advertisment
Subhadra Mohan Majhi
Advertisment
Advertisment