Advertisment

Odisha Matric Exam Results 2025: ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ, ଏଥର ବି ବାଜି ମାରିଲେ ଛାତ୍ରୀ

ଚଳିତ ବର୍ଷ ରାଜ୍ୟର ୩ ହଜାରରୁ ଅଧିକ କେନ୍ଦ୍ରରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଗତ ଫେବୃଆରୀ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ।

author-image
Deviprasad Jena

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ । ମାଧ୍ୟମିକ ବୋର୍ଡ ଅଫିସରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ଚଳିତ ବର୍ଷର ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇଛି । ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷାମନ୍ତ୍ରୀ । ତେବେ ଆଜି ସନ୍ଧ୍ୟା ୬ଟା ପରେ ୱେବସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ । ବୋର୍ଡର ଅଫିସିଆଲ ୱେବସାଇଟ୍‌ www.bseodisha.ac.inରେ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ଦେଖିପାରିବେ । ନିଜ ରୋଲ ନମ୍ବର ଓ ଜନ୍ମ ତାରିଖ ଦେଇ ପରୀକ୍ଷାର୍ଥୀ ରେଜଲ୍ଟ ଯାଞ୍ଚ କରିପାରିବେ । ଏହାଛଡା SMS ମାଧ୍ୟମରେ ମଧ୍ୟ ପରୀକ୍ଷାର୍ଥୀ ସେମାନଙ୍କ ଫଳ ଦେଖିପାରିବେ ।

Advertisment
Odisha Odisha Matric Results Class 10th Result
Advertisment
Advertisment