ପଞ୍ଜାବ ବିଧାନସଭା ନିର୍ବାଚନ ଘୁଞ୍ଚାଇଲେ ନିର୍ବାଚନ କମିଶନ । ଫେବ୍ରୁଆରୀ ୧୪ରେ ହେବାକୁ ଥିବା ଭୋଟ ପ୍ରକ୍ରିୟା ୨୦କୁ ଘୁଞ୍ଚିଲା । ୫ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ କଟକଣା ବଢ଼ାଇଛନ୍ତି ନିର୍ବାଚନ କମିଶନ । ଆସନ୍ତା ୨୨ ତାରିଖ ଯାଏଁ କମିଶନ ରାଲି ଓ ରୋଡ୍ ଶୋ ଉପରେ କଟକଣା ଜାରି କରିଛନ୍ତି ।