Advertisment

୪ ଜୁନ୍- ବିଜେଡି ସରକାରର ଏକ୍ସପାଏରୀ ଡେଟ୍

୪ ଜୁନ୍- ବିଜେଡି ସରକାରର ଏକ୍ସପାଏରୀ ଡେଟ୍। ୬ ଜୁନ୍- ବିଜେପିର ମୁଖ୍ୟମନ୍ତ୍ରୀ ଚୟନ। ୧୦ ଜୁନ୍- ଭୁବନେଶ୍ୱରରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ। ଆଜି ବ୍ରହ୍ମପୁର ସଭାରେ ସମର୍ଥକଙ୍କୁ ଏମିତି କିଛି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।

Advertisment

୨୪ ମହାଯୁଦ୍ଧ ପାଇଁ ପ୍ରଥମ ପ୍ରଚାରରେ ନବୀନ ସରକାର ଉପରେ ପିଏମ୍ ମୋଦିଙ୍କ ଜୋରଦାର ହମଲା। ଗୋଟିଏ ଦିନରେ ବ୍ରହ୍ମପୁର ଓ ନବରଙ୍ଗପୁରରେ ଦୁଇ ଦୁଇଟି ବିଶାଳ ଜନସଭା କରି ପ୍ରଧାନମନ୍ତ୍ରୀ, ଖାଲି ବିଜେଡିର ଏକ୍ସପାଏରୀ ଡେଟ୍ ଦେଇ ନାହାନ୍ତି, ଜୁନ୍ ୧୦ରେ ଭୁବନେଶ୍ୱରରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣରେ ଯୋଗ ଦେବାକୁ ନିମନ୍ତ୍ରଣ ବି କରିଛନ୍ତି। ମାତ୍ର ୬ ଦିନ ପରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବା ବେଳେ ଓଡ଼ିଶାରେ ଡବଲ୍ ଇଞ୍ଜିନ୍ ସରକାରକୁ ନେଇ ମୋଦିଙ୍କ ଆତ୍ମବିଶ୍ୱାସଭରା ଦୃଢୋକ୍ତି ପ୍ରଚାର ତାତିକୁ ସରଗରମ କରିଛି।

Advertisment
Narendra Modi BJD BJP General Elections 2024
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ