Last updated: 09 March 2025, 09:32 PM IST
ଆଗାମୀ ଦିନରେ ଓଡ଼ିଶା ହେବ ଦେଶର ପ୍ରମୁଖ ଆଇଟି ହବ୍ । ଆସନ୍ତା ୨ ବର୍ଷରେ ଆଇଟି କ୍ଷେତ୍ରରେ ସୃଷ୍ଟି ହେବ ୫୦ ହଜାର ନିଯୁକ୍ତି। ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଛନ୍ତି ବ୍ଲୁ ପ୍ରିଣ୍ଟ । ଆଇଟି କ୍ଷେତ୍ରରେ ଅଧିକ ସଂଖ୍ୟାରେ ପୁଞ୍ଜିନିବେଶକାରୀଙ୍କୁ ଆକର୍ଷିତ କରିବାକୁ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି ରାଜ୍ୟ ସରକାର ।