Last updated: 19 July 2024, 02:06 PM IST
ରାଜ୍ୟରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ସଂଭାବନା । ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେଲା ଅବପାତ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ପୁରୀ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ ଅବପାତ । ଆସନ୍ତାକାଲି ସକାଳ ସୁଦ୍ଧା ଏହି ସିଷ୍ଟମ ପୁରୀ ଅତିକ୍ରମ କରିବ । ଫଳରେ ପୁରୀ ସମେତ ରାଜ୍ୟରେ ପ୍ରବଳ ବର୍ଷା ସଂଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ଦୁଇ ଦିନ ପାଇଁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।