ପ୍ରବଳ ବର୍ଷା, ସବୁ ଜିଲ୍ଲାକୁ ଆଲର୍ଟ
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ। ଉତ୍ତର ଦିଗରେ ଗତି କରିବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ୩୦ ଯାଏଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲା ଯାଜପୁର, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ବାକି ୨୬ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ସତର୍କତା ଜାରି କରିଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ଝଟକା ପବନ ବେଗ ୪୦-୫୦ କିଲୋମଟର ରହିବ। ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ବି ରହିଛି। ଆସନ୍ତାକାଲି ଓ ପରଦିନ ଅଧିକ ରହିବ ବର୍ଷା ପ୍ରଭାବ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)