ସାମୁଦ୍ରିକ ଝଡ଼ ଅସାନୀ ଓଡ଼ିଶାର ସ୍ଥଳଭାଗକୁ ଛୁଇଁବା ସମ୍ଭାବନା ନଥିଲେ ବି ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ଆଜିଠୁ ଆସନ୍ତା ୩ ଦିନ ଧରି ୭ ଉପକୂଳ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । ସେହିଭଳି କିଛି ଜିଲ୍ଲାରେ ଘଣ୍ଟା ପ୍ରତି ପ୍ରାୟ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏହାକୁ ନେଇ ଉପକୂଳ ଜିଲ୍ଲାରେ ବଢ଼ିଛି ସତର୍କତା ।