Odisha Weather Update
ରାଜ୍ୟରେ ୫ ଦିନ ପରେ ପୁଣି ବଢିବ ପାରଦ । ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ବଢିବ ତାପମାତ୍ରା । ପାରଦ ୪୦ ଡିଗ୍ରୀ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୫ ଦିନ ପରେ ପ୍ରଚଣ୍ଡ ରୌଦ୍ର ତାପ ନେଇ ସତର୍କ କରାଇଲା SRCଙ୍କ ଅଫିସ୍ । ଆଗାମୀ ୪ରୁ ୫ ଦିନରେ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ସମ୍ଭାବନା ରହିଛି ।
ପ୍ରଚଣ୍ଡ ତାତି ନେଇ ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲାର ଜିଲାପାଳଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର । ତେବେ ଆସନ୍ତା ୫ ଦିନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସୂଚନା ଅନୁସାରେ ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଉପର ମୁହାଁ ହୋଇଛି ପାରଦ । ମାର୍ଚ୍ଚ ମାସ ଯେତିକି ବଢ଼ୁଛି, ରାଜ୍ୟରେ ଖରାର ପ୍ରକୋପ ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି । ବସନ୍ତରେ ହେଉଛି ଟାଇଁଟାଇଁ ଖରା । ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ତାତି ଛୁଇଁଛି ୩୯ ଡିଗ୍ରୀ । ଝାରସୁଗୁଡାରେ ମାର୍ଚ୍ଚ ୪ ତାରିଖରେ ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା। ସେହିଭଳି ଅନ୍ୟ ସହରରେ ବି ତାପମାତ୍ରା ଉପରମୁହାଁ ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)