Advertisment

Heavy Rainfall Alert: ସାରା ରାଜ୍ୟରେ ବର୍ଷିବ

ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସବୁ ଜିଲ୍ଲାରେ ବର୍ଷାହେବାନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାନେଇ ଆଲର୍ଟ ଜାରି କରାଯାଇଛି । ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ସହ ସମଗ୍ର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । କାଲି ଉପକୂଳ ଓ ପଶ୍ଚିମରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ମଧ୍ୟକୁ ମତ୍ସଜୀବୀଙ୍କ ପ୍ରବେଶକୁ ବାରଣ କରାଯାଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନେଇ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର। ସେପଟେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସାପ୍ତାହିକ ପୂର୍ବାନୁମାନ ଅନୁସାରେ ଆସନ୍ତା ୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର କିମ୍ବା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି।

author-image
Chinmayee Sahoo

Heavy Rainfall Alert Weather
Advertisment
Advertisment