ଭେଡା ଅଂଚଳର ବରାହିପୁର ଗାଁରେ ୮ ବଖରା ଘରକୁ ସର୍ବନାଶ କରିଦେଇଛି କୁଆପଥର ମାଡ ସାଙ୍ଗକୁ ପ୍ରବଳ ଝଡ ବର୍ଷା ।
ରାଜଧାନୀ ଭୁବନେଶ୍ୱରରେ ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି ।
ଯାଜପୁର ଜିଲ୍ଲାରେ ପଶ୍ଚିମା ଝଡର ପ୍ରଭାବ। ଆଜି ଅପରାହ୍ନରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ କୁଆପଥର ସାଙ୍ଗକୁ ବର୍ଷା ଦେଖିବାକୁ ମିଳିଛି। କୁଆପଥରର ମାତ୍ରା ଏତେ ହୋଇଛି ଯେ ରାସ୍ତା ଘାଟରେ କୁଆପଥର ସମ୍ପୂର୍ଣ୍ଣ ଘୋଡେଇ ହୋଇ ରହିଛି । ଜିଲ୍ଲାର ବିଂଝାରପୁର, ଦଶରଥପୁର , ବରୀ ଓ ବଡ଼ଚଣା ବ୍ଳକର ବାଲିଚନ୍ଦ୍ରପୁରରେ ଅଧିକ କୁଆ ପଥର ବର୍ଷା ହୋଇଛି ।
ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଭଲ ବର୍ଷା ହେବା ସହ ଜୟଦେବ ବିହାର, ଆଚାର୍ଯ୍ୟ ବିହାର, ସିଆରପି ଛକ ଏବଂ ଘାଟିକିଆରେ କୁଆପଥର ବର୍ଷା ହୋଇଛି ।
ଆଜିକୁ ମିଶାଇ ଦୁଇ ଦିନ ଯାଏ ତାଣ୍ଡବ ରଚିବ ପଶ୍ଚିମା ଝଡ଼ । ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ କରିଛି।
ବର୍ଷା, ପବନ ଓ କୁଆପଥର ମାଡ଼ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉଜାଡ଼ି ଦେଇଛି ବହୁ ଚାଷୀଙ୍କ କ୍ଷେତ । ପୁରୀରେ ଧାନ, ନବରଙ୍ଗପୁରରେ ମକା ଆଉ କୋରାପୁଟରେ ପରିବା ।
ଆସନ୍ତାକାଲି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
କୁଆପଥର ମାଡ଼ ସହ ୪୦ରୁ ୫୦ କି.ମି. ବେଗରେ ପବନ ବହିପାରେ। ଏନେଇ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ବାଲେଶ୍ୱର ସହରରେ ଆଜି ଆକାଶରେ ହଠାତ୍ କଳାହାଣ୍ଡିଆ ମେଘ ଘୋଟି ଆସିବା ସହ କିଛି ସମୟ ଧରି ବର୍ଷା ଲାଗି ରହିଥିଲା । ପବନ ଓ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ବି ହୋଇଥିଲା ।
ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ା ଗତ ଦୁଇ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ।
ଆସନ୍ତା ୧୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଜି ସକାଳୁ ଟ୍ୱିନ୍ ସିଟିର ବିଭିନ୍ନ ଅଂଚଳରେ ଘନ କୁହୁଡି ଦେଖିବାକୁ ମିଳିଛି । ରାଜ୍ୟରେ ଆଜି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ।
ଆଜି ସକାଳେ ଉପକୂଳବର୍ତ୍ତି ଜିଲ୍ଲା ଖୋର୍ଦ୍ଧା, ନୟାଗଡ଼ ଓ କଟକରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇଛି ।
ଆଜିଠୁ ପଶ୍ଚିମା ଝଡ଼ ସମ୍ଭାବନା । ୨ ଦିନ ଯାଏଁ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।
ଝଡ଼ ପବନ ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା
ଆସନ୍ତା ୧୫ ତାରିଖରୁ ପଶ୍ଚିମାଝଡ଼ର ପ୍ରଭାବ ସମ୍ଭାବନା
୧୬ ତାରିଖରେ ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, କେଉଁଝର, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ଆଚଂଳିକ ପାଣିପାଗ ବିଭାଗ ।
ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତା ୧୫ ତାରିଖରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।
ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଆଜି ବି କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଗତକାଲି ମଧ୍ୟ କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଥିଲା।
ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଅଞ୍ଚଳରେ ଆଜି ମେଘୁଆ ପାଗ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।
ଆଜିଠୁ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ଯୋଗୁଁ ସାମାନ୍ୟ ଗୁଳୁଗୁଳି ହେବ
ତାଳଚେରରେ ସର୍ବାଧିକ ୩୮.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଥିବା ବେଳେ ରାଜଧାନୀ ଭୁବନେଶ୍ୱର ଦ୍ୱିତୀୟ ତତଲା ସହର ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ୮ଟି ସ୍ଥାନରେ ୩୮ ଡିଗ୍ରୀ ଉପରେ ରହିଛି ପାରଦ । ଉଭୟ ସମ୍ବଲପୁର ଓ ତାଳଚେରରେ ଦିନର ସର୍ବାଧିକ ତାପମାତ୍ରା ୩୮.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ମଧ୍ୟ ୩୮ ଡିଗ୍ରୀ ଉପରେ ରହିଥିଲା ।
ମାର୍ଚ୍ଚରୁ ମେ’ ତ୍ରାହି ନାହିଁ। ଆକାଶରୁ ଖସିବ ନିଆଁ ଖଣ୍ଡ ! ଉପକୂଳରୁ ଉପାନ୍ତ ସବୁଠି ହେବ ଅଗ୍ନି ବର୍ଷା। ଏହି ୩ ମାସ ତାପମାତ୍ର ସ୍ଵାଭାବିକ ଠାରୁ ୩ରୁ ୪ଡିଗ୍ରୀ ଅଧିକ ରହିପାରେ।
୫ ଦିନ ପରେ ରାଜ୍ୟରେ ଆହୁରି ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୪ ଡିଗ୍ରୀ ଅଧିକ ରହୁଛି।