୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶା ସହ ତତ୍ସଂଲଗ୍ନ ଅଞ୍ଚଳର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା। ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।
ସରିନି ଅଦିନିଆ ବର୍ଷା । ଆହୁରି ୨ ଦିନ ବର୍ଷିବ । ବାୟୁମଣ୍ଡଳର ମଧ୍ୟ ଏବଂ ଉପର ସ୍ତରର ପଶ୍ଚିମା-ବାୟୁ ଏବଂ ନିମ୍ନ ଭାଗର ପୂର୍ବାଳୀ ବାୟୁ ସହ ସଂସ୍ପର୍ଶ ଯୋଗୁ, ପାରସ୍ପରିକ ପ୍ରକ୍ରିୟା ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୁର୍ଣ୍ଣ ବାୟୁ ପ୍ରଭାବରେ, କିଛି ଜିଲ୍ଲାରେ କୁଆପଥର ବର୍ଷା ସହ ପ୍ରବଳ ବର୍ଷା ହୋଇଛି । ଆଗାମୀ ଦୁଇ ଦିନ ଯାଏଁ ଆହୁରି ବର୍ଷିବ ବୋଲି ପାଣିପାଗ ବିଭାଗର ସୂଚନା ଦେଇଛି ।
ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠୁ ୧୪ତାରିଖ ମଧ୍ୟରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଆଜିଠୁ ୧୪ତାରିଖ ମଧ୍ୟରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଶୀତ ଦିନରେ ଅଦିନିଆ ବର୍ଷା ଆଶଙ୍କା। ଠିକ୍ ଅମଳ ସମୟରେ ଆସୁଥିବା ଏହି ବର୍ଷା ଆସନ୍ତାକାଲିଠୁ ୪ ଦିନ ଧରି ପ୍ରାୟ ୧୧ ଜିଲ୍ଲାକୁ ଭିଜାଇବ। ବିଶେଷ କରି ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
୧୧ ଓ ୧୨ରେ ୭ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
୧୧ ଓ ୧୨ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ଏହି ଦୁଇ ଦିନ ପାଇଁ ଆଭ୍ୟନ୍ତରୀଣ ଓଡିଶା ସହ ଉପକୂଳବର୍ତ୍ତୀ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲି କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୧୦ ତାରିଖରେ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ସପ୍ତାହେ ହେବ ଶୀତ ବଢିଥିବାରୁ ସବୁଠି ହାଡ଼ଭଙ୍ଗା ଜାଡ଼। ତେବେ କୂଳଡ଼ିହା ଆଭ୍ୟନ୍ତରୀଣ ଜଙ୍ଗଲରେ ଜାଡ଼ର ମାତ୍ରା ଅଧିକ ରହିଛି। ସକାଳୁ ସକାଳୁ ଘାସ ଉପରେ ଧଳା କାକର ତୁଷାରପାତର ଭ୍ରମ ସୃଷ୍ଟି କରୁଛି। କିଭଳି ଅଛି ଜଙ୍ଗଲ ଭିତରେ ଥଣ୍ଡାର ପରିମାଣ ସେ ନେଇ ଅଧିକ ସୂଚନା ଦେଉଛନ୍ତି ବିଶ୍ୱମ୍ବର ଦାସ.
ରାଜ୍ୟରେ ଶୀତ ଲହର ଲାଗି ରହିଥିବା ବେଳେ ଏବେ ପୁଣି ଥରେ ବର୍ଷା ସମ୍ଭାବନା ଦେଖାଦେଲାଣି । ୧୦ ତାରିଖ ଦିନ ରାଜ୍ୟର ୧୧ଟି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ଜାଡ଼ରେ ଥରୁଛି ସାରା ଓଡ଼ିଶା । ଶୀତର ପ୍ରକୋପରେ ଭୁବନେଶ୍ୱର ସହର ରାତିରେ ଶୂନଶାନ ହୋଇଯାଉଛି । ତଥାପି ଜୀବନ ଜୀବିକା ପାଇଁ ବାହାରିବାକୁ ପଡୁଛି ।
ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ୯ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ଅନୁମାନ କରାଯାଉଥିବା ବେଳେ ୧୦ରେ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।
କିଛିଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଅନୁଭୁତ ହେଲାଣି ଶୀତର ଲହର....
ରାଜ୍ୟରେ ଆଗକୁ ଶୀତର ପ୍ରକୋପ ବଢ଼ିପାରେ। ଆସନ୍ତାକାଲିଠାରୁ ୫ ତାରିଖ ମଧ୍ୟରେ ଶୀତ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୂମାନ କରିଛି। ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ହ୍ରାସ ପାଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ତାପମାତ୍ରାରେ ହ୍ରାସ ଘଟିପାରେ।
ଆସନ୍ତାକାଲିଠାରୁ ୫ ତାରିଖ ମଧ୍ୟରେ ଶୀତ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୂମାନ କରିଛି। ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ହ୍ରାସ ପାଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆସନ୍ତାକାଲି ଘନ କୁହୁଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପକ୍ଷେ, ଗତ ୨ ଦିନ ଧରି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହୋଇଛି। ଅଦିିନିଆ ବର୍ଷା ଯୋଗୁ ପରିବା ଚାଷ ପ୍ରଭାବିତ ହେବାର ଆଶଙ୍କା ଅଛି।
୨ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହ ବର୍ଷା ହେଉଛି । କୁଆପଥର ମାଡ଼ ସାଙ୍ଗକୁ ବର୍ଷା ଅସ୍ତବ୍ୟସ୍ତ କରି ପକାଉଛି ।
ଆସନ୍ତାକାଲି ଘନ କୁହୁଡ଼ି ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ ଜିଲ୍ଲାକୁ ସତର୍କ କରାଯାଇଛି ।
ଗତକାଲି ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।
ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଶୀତ କମିଥିବା ବେଳେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ଆଜି କୁହୁଡ଼ି ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସକାଳ ୮ଟା ୩୦ ଯାଏ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବା ସମ୍ଭାବନା ରହିଛି।
ସାରାଦେଶ ଶୀତରେ ଥରୁଥିବା ବେଳେ ବର୍ଷାର ଆଗମନ ଲୋକଙ୍କୁ ଚିନ୍ତାରେ ପକେଇଛି। ଦିଲ୍ଲୀ ସମେତ ଉତ୍ତର ଭାରତର ଅନେକ ରାଜ୍ୟରେ ବର୍ଷା ହୋଇଛି। ଏହାକୁ ଦୃଷ୍ଟିରେ ରଖି ବୈଜ୍ଞାନିକମାନେ ବାରମ୍ବାର ଚେତାବନୀ ଦେଇଛନ୍ତି ଯେ, ଚଳିତ ବର୍ଷ ଥଣ୍ଡା ଅଧିକ ହେବ।
ସୁନ୍ଦରଗଡ, ଝାରସୁଗୁଡା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।