• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

Cyclone gulab
୮୫ କିମି ବେଗରେ ବହିବ ପବନ: ୩ ନଦୀରେ ବନ୍ୟା ଆଣିବ ଗୁଲାବ !

ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଅତ୍ୟନ୍ତ ପ୍ରବଳ ବର୍ଷାର ଆଶଙ୍କା ରହିଛି। ବାତ୍ୟା ଲ୍ୟାଣ୍ଡଫଲ୍ କରିବା ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଗଞ୍ଜାମ, ଶ୍ରୀକାକୁଲମ୍ ଓ ବିଜୟନଗରମ୍ ଜିଲ୍ଲାର ଉପକୂଳରେ ଅଧମିଟର ପର୍ଯ୍ୟନ୍ତ ଜୁଆର ଉଠିପାରେ। ତେଣୁ ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

Odisha Cyclone Warning
ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ: କେଉଁଠି କରିବ ଲ୍ୟାଣ୍ଡଫଲ୍‌, ଜାଣନ୍ତୁ

ଏହି ସମୟରେ ପବନର ବେଗ ରହିବ ଘଣ୍ଟାକୁ ୬୫ରୁ ୭୫ କିଲୋମିଟର । ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

Rainfall Alert
ବାତ୍ୟା ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟର ୭ଟି ଜିଲ୍ଲାରେ ଅଧିକ ବର୍ଷା ଓ ପବନ ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରିରେ ଅଧିକ ପ୍ରଭାବ ପଡ଼ିବ ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା।

weather
ଗଜପତି ଜିଲ୍ଲାରେ ଛୁଟି ବାତିଲ

ଗଜପତି ଜିଲ୍ଲାରେ ୨୫ ଓ ୨୬ରେ ଅଫିସରଙ୍କ ଛୁଟି ବାତିଲ। ଜରୁରୀ ପରିସ୍ଥିତିର ସାମ୍ନା ପାଇଁ ହେଡକ୍ୱାଟର୍ସରେ ରହିବାକୁ ନିର୍ଦ୍ଦେଶ

Cyclone
କାହିଁକି ବାରମ୍ବାର ଓଡ଼ିଶା ମୁହାଁ ହେଉଛି ସାମୁଦ୍ରିକ ଝଡ଼?

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଧିରେ ଧିରେ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ପରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହା ନିର୍ଦ୍ଦେଶକ ମତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି

imd dg
’ଆସୁଛି ଗୁଲାବ,କାଲି ସଂଧ୍ୟାରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା’ : ଆଇଏମଡି ଡିଜି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଧିରେ ଧିରେ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବାପରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ବର୍ତ୍ତମାନ ଗଭୀର ଅବପାତଦକ୍ଷିଣ ଓଡ଼ିଶାର ଗୋପାଳପୁର ଠାରୁ ୪୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇ ରହିଛି ।

Depression In BoB To Turn Deep & Cross South Odisha-North Andhra Coasts On Sept 26: IMD
ଆସୁଛି ଆଉ ଏକ ବାତ୍ୟା

ସମ୍ଭାବ୍ୟ ବାତ୍ୟାକୁ ନେଇ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ପ୍ରେସମିଟ୍। ଶୁଣନ୍ତୁ ସେ କଣ କହୁଛନ୍ତି।

weather updates
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରଶାସନ ପ୍ରସ୍ତୁତି, ଓଡ୍ରାଫ୍ ଓ NDRFଙ୍କୁ ଆଲର୍ଟ

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।  ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଭାରତୀୟ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ବାତ୍ୟାଟି ଆସନ୍ତାକାଲି ସ୍ଥଳଭାଗ ଛୁଇଁବ। 

Odisha Cyclone Warning
ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା ! ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଘଣ୍ଟାକୁ ୭୦ରୁ ୮୦ କିମି ବହିବା ସମ୍ଭାବନା

ଆସନ୍ତା କିଛି ଘଣ୍ଟାରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସଦ୍ୟତମ ସୂଚନା ଅନୁସାରେ ଏହା ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବ ୫୧୦ କିମି ଦୂରରେ ଏହା ଅବସ୍ଥିତ ରହିଛି ।

Cyclone Alert
ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କତା ଜାରି : ଗଜପତି ଜିଲ୍ଲାରେ ଛୁଟି ବାତିଲ, ସେପଟେ ଜିଲ୍ଲାବାସୀଙ୍କୁ ସତର୍କ କରାଇଲେ ଗଞ୍ଜାମ ଜିଲ୍ଲାପାଳ

ବାତ୍ୟା ପାଇଁ ଗଜପତି ଜିଲ୍ଲାରେ ଛୁଟି ବାତିଲ । ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୨୫ ଓ ୨୬ରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଜରୁରୀ ପରିସ୍ଥିତିର ସାମ୍ନା କରିବା ପାଇଁ ଅଫିସରଙ୍କୁ ହେଡକ୍ୱାଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ବିନା ଅନୁମତିରେ କେହି ହେଡକ୍ୱାଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ରହିଛି । ବାତ୍ୟା ପ୍ରଭବରେ ୨୫ରୁ ୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି ।

Cyclone alert issued for Andhra, Odisha
ଆସୁଛି ବାତ୍ୟା : ଗୋପାଳପୁର- ବିଶାଖାପାଟଣା ମଝି କଳିଙ୍ଗପଟ୍ଟନମରେ ଲ୍ୟାଣ୍ଡଫଲ୍ କରିବ ସାମୁଦ୍ରିକ ଝଡ଼ !

ମାଡ଼ି ଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇସାରିଛି । ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବର ୫୧୦ କିମି ଦୂରରେ ଏହା ଅବସ୍ଥିତ ରହିଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ । ଶେଷ ୬ ଘଣ୍ଟାରେ ୧୨ କିମି ବେଗରେ ଉପକୂଳକୁ ମୁହାଁଉଛି ବାତ୍ୟା ।

weather Updates
୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ଲଘୁଚାପ କ୍ଷେତ୍ର

ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି।  ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି  ।

Cyclone
ଆସୁଛି ବାତ୍ୟା ! ୧୨ ଘଣ୍ଟାରେ ଗଭୀର ଅବପାତ

ଆସନ୍ତା ୧୨ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ୨୫ ତାରିଖରୁ ୨୮ ତାରିଖରେ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ। 

Well Marked Low
୧୨ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ

ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ୨୫ ତାରିଖ ଓ ୨୮ ତାରିଖରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ କେତେକ ସ୍ଥାନରେ ୨୬ ଓ ୨୭ ତାରିଖ ଦିନ ପ୍ରବଳରୁ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ଏହା ଦ୍ୱାରା ତଳିଆ ଅଞ୍ଚଳରେ ପାଣି ଜମା ହେବାର ଆଶଙ୍କା ପ୍ରକାଶ କରାଯାଇଛି। 

Water Level Rises In Subarnarekha
ବଢ଼ୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ଶତାଧିକ ଗାଁ

ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏନେଇ ନଦୀ କୂଳିଆ ଓ ତଳିଆ ଅଞ୍ଚଳରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବନ୍ୟାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ପରାମର୍ଶ ଦିଆଯାଇଛି। 

climate change report by world bank
୨୦୫୦ ବେଳକୁ ବିଶ୍ୱର ୨୧ କୋଟି ଲୋକ ହରାଇବେ ବାସସ୍ଥାନ

ଜଳବାୟୁ ପରିବର୍ତ୍ତନରୂ ପ୍ରଭାବରେ ମହାସାଗରର ଜଳସ୍ତର ବୃଦ୍ଧି ପାଇବା ମାନବସମାଜ ପାଇଁ ସବୁଠାରୁ ବଡ ବିପଦକୁ ଆମନ୍ତ୍ରଣ କରୁଛି। ମହାସାଗର ଜଳସ୍ତର ବୃଦ୍ଧି ପାଇବା ଫଳରେ ଉପକୂଳ ସହର ସବୁ ବୁଡିଯିବାର ଆଶଙ୍କା ରହିଛି। ଖାଲି ସେତିକି ନୁହେଁ, ଅନେକ ଲୋକ ବାସହରା ହେବେ। ନିଜ ଘର ଛାଡ଼ି ବିସ୍ଥାପିତ ହେବେ।

Rainfall Alert
ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର, ୨୬ରୁ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସାଙ୍ଗକୁ ଲଘୁଚାପ ସୃଷ୍ଟି ହୋଇପାରେ। ଘୂର୍ଣ୍ଣିବଳୟ ଧୀରେ ଧରେ ସକ୍ରିୟ ହେଉଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Heavy Rainfall
ଓଡ଼ିଶାକୁ ମାଡ଼ି ଆସୁଛି ବର୍ଷା: ଏହି ସବୁ ସ୍ଥାନରେ ପ୍ରବଳ କାଚିବ

ମାଡ଼ି ଆସୁଛି ଲଘୁଚାପ। ଗୋଟିଏ ନୁହେଁ, ଦୁଇ ଦୁଇଟି ଲଘୁଚାପ ଓଡ଼ିଶା ଆଡେ ମୁହାଁଇଛନ୍ତି। ଏମିତି ସୂଚନା ଦେଇଛନ୍ତି ଅନେକ ଘରୋଇ ପାଣିପାଗ ସଂସ୍ଥା। ଚଳିତ ମାସରେ ବଙ୍ଗୋପସାଗରରେ ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହେବାରେ ଲାଗିଛି

flood alert
’ସଂଧ୍ୟା ସୁଦ୍ଧା ବିପଦ ସଙ୍କେତ ଛୁଇଁପାରେ ସୁବର୍ଣ୍ଣରେଖା’

ଉପର ମୁଣ୍ଡରେ ବର୍ଷା ଅଳ୍ପ ଅଳ୍ପ ହେଉଛି । ବର୍ତ୍ତମାନ ରାଜଘଟ ଠାରେ ସୁବର୍ଣ୍ଣରେଖା ବିପଦ ସଙ୍କେତ ତଳେ ରହିଛି । ସଂଧ୍ୟା ସୁଦ୍ଧା ସୁବର୍ଣ୍ଣରେଖା ବିପଦ ସଂକେତ ପର୍ଯ୍ୟନ୍ତ ଛୁଇଁପାରେ । ଏହାସତ୍ତ୍ୱେ କିଛି ଅସୁବିଧା ହେବ ନାହିଁ ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି । ମହାନଦୀ ଅବବାହିକାରେ ବର୍ତ୍ତମାନ ସେପରି କିଛି ସମସ୍ୟା ନାହିଁ । ହୀରାକୁଦର ଗେଟ ଗୁଡିକ ନିୟମ ମୁତାବକ ଖୋଲା ଯାଉଛି ।

jalaka flood
ଜଳକା ବନ୍ୟାରେ ୧୨ ପଞ୍ଚାୟତର ୫୦ ଗାଁ ଜଳମଗ୍ନ

ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବାରୁ ଅନେକ ସ୍ଥାନରେ ରାସ୍ତା ଉପରେ ପାଣି ଚାଲିଛି । ମଥାନୀ ରାସ୍ତା ବୁ଼ଡିଥିବା ବେଳେ ଶହ ଶହ ହେର ଜମିରେ ପାଣି ଜମି ରହିଛି । ଜଳକା ବନ୍ୟାରେ ୧୨ ପଞ୍ଚାୟତର ୫୦ ଗାଁ ଜଳମଗ୍ନ ହୋଇଛି ।

A LowPressure Area Likely To Form
୨୪ ସନ୍ଧ୍ୟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ମିଆଁମାର ଉପକୂଳ ତତ୍‌ ସଂଲଗ୍ନ ମାର୍ଟାବାନ୍ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିପାରେ। ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

Flood in jalaka river
ଭାଙ୍ଗିଲା ଜଳକା ନଦୀବନ୍ଧ, ୫ ଶହ ଫୁଟର ଘାଇ

ବାଲେଶ୍ୱରରେ ଗମ୍ଭର ରୂପ ନେଉଛି ବନ୍ୟା। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବଢିବାରେ ଲାଗିଛି। ବିଶେଷକରି  ବିପଦ ସଂକେତ ଉପରେ ଥିବା ଜଳକା ନଦୀର ବନ୍ଧ ଭାଙ୍ଗି ଯାଇଛି । 

Weather forecast today
୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଏସବୁ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ୪ ଜିଲ୍ଲା ନୂଆପଡା, ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗିର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏପଟେ ସମସ୍ତ ଜିଲ୍ଲାର ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

Rainfall Alert
୯ ଜିଲ୍ଲାରେ ଦୁଇ ଦିନ ବର୍ଷିବ !

ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ପ୍ରଭାବରେ ଦକ୍ଷିଣ ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ।

Kolkata Rain
ପାଣିରେ ଉବୁଟୁବୁ କୋଲାକତା, ଲଗାଣ ବର୍ଷାରେ ବେହାଲ ସିଟି ଅଫ ଜୟ

ପାଣିରେ ଉବୁଟୁବୁ କୋଲାକତା । ଲଗାଣ ବର୍ଷାରେ ବେହାଲ ସିଟି ଅଫ ଜୟ । ସଲ୍ଟ ଲେକ୍, ପାର୍କ ଷ୍ଟିଟ୍, ଟଲିଗଞ୍ଜ ଭଳି ଏକାଧିକ ଅଞ୍ଚଳରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି । ବିଶେଷ ଭାବେ ହାୱଡା ଅଞ୍ଚଳରେ ସ୍ଥିତି ବିଗିଡ଼ିଛି ।