• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

heavy rainfall alert
ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ରାଜ୍ୟରେ ଆସନ୍ତା ୪ ଦିନ ଯାଏ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଦୁର୍ବଳ ଥିଲେ ବି ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୧୭ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Climate Change in odisha
ବର୍ଷା ସହ ବଜ୍ରପାତ ନେଇ ୧୯ ଜିଲ୍ଲାକୁ ୱାର୍ଣ୍ଣିଂ

ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ବର୍ଷା ଓ ବଜ୍ରପାତ ସମ୍ଭାବନା । ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି । ଏହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ।

Drought Situation
'ଆଗକୁ ରାଜ୍ୟରେ ଗମ୍ଭୀର ହେବାକୁ ଯାଉଛି ମରୁଡି ସ୍ଥିତି'

ସେପଟେ ସମ୍ଭାବ୍ୟ ମରୁଡ଼ି ସ୍ଥିତି ନେଇ ସରକାର ସଜାଗ ଅଛନ୍ତି ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ଏବେ ବି ବର୍ଷା ହେବାର ସମୟ ଅଛି। ଜିଲ୍ଲାପାଳମାନେ ପ୍ରାକୃତିକ ବିପର୍ଯ୍ୟୟ କମିଟିକୁ ଦୈନିକ ବର୍ଷାର ରିପୋର୍ଟ ଦିଅନ୍ତି। ସରକାର ସବୁ ସମୟରେ ଚାଷୀଙ୍କ ସହ ଅଛନ୍ତି ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି। 

rain deficit
ମୌସୁମୀର ଲୁଚକାଳି ଖେଳ : ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତିତ ଚାଷୀ

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ପାଖା ପାଖି ଦୁଇମାସରୁ ଅଧିକ ହୋଇ ଯାଇଥିଲେ ମଧ୍ୟ ପର୍ଯ୍ୟନ୍ତ ଜିଲ୍ଲାରେ ଭଲ ବର୍ଷା ହୋଇନାହିଁ । ଯାହା ଆକଳନ କରାଯାଉଥିଲା ସେହି ପରି ବର୍ଷା ହେଉନାହିଁ । ଜୁଲାଇ ଓ ଅଗଷ୍ଟ ମାସରେ କୋରାପୁଟ ଜିଲ୍ଲାର ୧୪ଟି ବ୍ଲକରେ କମ ବର୍ଷା ହୋଇଛି

hot july
ରେକର୍ଡ ଭାଙ୍ଗୁଛି ଜୁଲାଇର ଗରମ, ବିପଦର ସଙ୍କେତ ଦେଉଛି କି ?

ଜୁଲାଇ ଆସିଲେ ଆଶ୍ୱସ୍ତି ଆସେ ମନରେ । କାରଣ ମୌସୁମୀର ଆଗମନରେ ଅନ୍ତ ହୁଏ ମୌସୁମୀର ଅପେକ୍ଷା। ଚଳିତବର୍ଷ ଦେଶର ପ୍ରତ୍ୟକ ଭାଗରେ ଭଲ ବର୍ଷା ହୋଇଛି। ଅନ୍ୟପକ୍ଷେ ତାପମାତ୍ରା ବି ଏଥର ରେକର୍ଡ କରିଛି।

rain
ବର୍ଷା ଅଭାବରୁ ଧାନ କ୍ଷେତ ଫାଟି ଆଁ : ଉଠା ଜଳ ସେଚନରୁ ଉଠୁନି ପାଣି, ଚିନ୍ତାରେ ଚାଷୀ

ମୌସୁମୀ ବର୍ଷାର ନାଁ ଗନ୍ଧ ନଥିବା ବେଳେ ବିଲକୁ କେନାଲ ପାଣି ଯୋଗାଇବାର ବ୍ୟବସ୍ଥା ବି ନାହିଁ । ଚାଷୀଙ୍କ ପାଇଁ କେବଳ ଏଲ ଆଇ ପଏଣ୍ଟ ସାହା ଭରସା । ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ପାଣି ପଞ୍ଚାୟତ ପକ୍ଷରୁ ପାଞ୍ଚଟି ପଏଣ୍ଟ ଖୋଲା ଯାଇଛି, ହେଲେ ଗୋଟିଏରୁ ବି ପାଣି ବାହାରୁନି ।

bhadrak
ବର୍ଷା ଅଭାବରୁ ଜାଲରେ ପଡୁନି ମାଛ : ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ଚଳିତ ବର୍ଷ ଆଶାନୁରୂପକ ବର୍ଷା ହେଉନଥିବାରୁ ସମୁଦ୍ରରେ ମାଛ ପଡୁ ନାହାନ୍ତି । ବର୍ଷା ସହ ପୂର୍ବାଳୀ ପବନ ବହିଲେ ମଧୁର ଜଳ ପାଇ ମାଛମାନେ ସମୁଦ୍ରରୁ ଉପର ମୁହାଁ ହୋଇଥାନ୍ତି । ପ୍ରତି ବର୍ଷ ଏହି ସମୟରେ ସମୁଦ୍ରରେ ପ୍ରଚୁର ପରିମାଣରେ ମାଛ ମିଳିଥାନ୍ତି । ଏଥର ଇଲିସ ମାଛ ତ ମିଳିବା ଦୂରର ଅନ୍ୟାନ ଛୋଟ ମାଛ ବି ଆଶାନୁରୂପକ ମିଳୁନାହିଁ

rainfall
୬ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ବାଂଲାଦେଶ ଉପକୂଳ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର ଏରିଆ ସକ୍ରିୟ ରହିଛି। ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

Heavy Rainfall
ବଙ୍ଗୋପସାଗରରେ ଲଘୁଚାପ: ୧୪ ଜିଲ୍ଲାରେ ପ୍ରବଳ ବର୍ଷିବ

କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତାସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ ଓ କଟକ। ତେବେ ଲଘୁଚାପ ଯୋଗୁଁ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

well marked low pressure area
ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶା ଉପରେ ଲଘୁଚାପର ସର୍ବାଧିକ ପ୍ରଭାବ ସମ୍ଭାବନା, ପ୍ରବଳ ବର୍ଷା ହୋଇପାରେ

ଉତ୍ତର-ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କ୍ରମଶଃ ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର ଏରିଆରେ ପରିଣତ ହୋଇସାରିଛି। ତେବେ ଏହି ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର ଏରିଆ ଧୀରେ ଧୀରେ ପଶ୍ଚିମ ମୁହାଁ ହେଉଛି।

heavy rain
ଲଘୁଚାପ କ୍ଷେତ୍ର ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ  ଉତ୍ତର ବଙ୍ଗୋପସାଗର ଓ ତାର ଆଖପାଖ ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ।

Heavy Rainfall
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୧୨ ଜିଲ୍ଲାକୁ ୱାର୍ଣ୍ଣିଂ

ଗତକାଲି(ସୋମବାର) ହୋଇଥିବା  ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ଏବଂ ପରଦିନ ପାଇଁ ମଧ୍ୟ କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

cloudy sky
୨୮ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା !

ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୯ ତାରିଖ ଯାଏ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

rain in odisha
ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

heavy rainfall
ଆଜି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।

Heavy rain Fall
୨୩ ଜିଲ୍ଲାରେ ପ୍ରବଳ ବର୍ଷିବ

୨୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ।

 low pressure area has formed over the Northwest Bay of Bengal
ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର; ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଦୁଇ ଦୁଇଟି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ୨୭ ତାରିଖ ଯାଏ ବର୍ଷା ସମ୍ଭାବନା

heavy rain fall in bbsr
ଆଜି ଏଇ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଗତକାଲି ଟ୍ୱିନ ସିଟିରେ ପ୍ରବଳ ବର୍ଷା ହୋଇଯାଇଛି। କାଲିର ବର୍ଷା ପ୍ରବଳ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଇଥିବାବେଳେ ଆଜି ମଧ୍ୟ ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

rain
ଅସରାଏ ବର୍ଷାରେ ଉବୁଟୁବୁ ରାଜଧାନୀ : ଜାତୀୟ ରାଜପଥରେ ଆଣ୍ଠୁଏ ଉଚ୍ଚର ପାଣି

ଭୁବନେଶ୍ୱରରେ ଅବିଶ୍ରାନ୍ତ ବର୍ଷା । ମାତ୍ର କିଛି ସମୟର ବର୍ଷାରେ ଜଳାର୍ଣ୍ଣବ ରାଜଧାନୀ । ଆଜି ଅପରାହ୍ନରେ ହଠାତ ରାଜଧାନୀ ଭୁବନେଶ୍ୱର ‌ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା ।

mumbai rain
ମାୟାନଗରୀ ମୁମ୍ବାଇରେ ମୂଷଳ ଧାରାରେ ବର୍ଷା : ୩୨ ମୃତ, ରେଳ ଓ ବିମାନ ସେବା ବାଧାପ୍ରାପ୍ତ

ମୁମ୍ବାଇରେ ବର୍ଷା ଏବଂ ଭୂସ୍ଖଳ ଯୋଗୁଁ ଭୟଙ୍କର ସ୍ଥିତି ଉପୁଜିଛି । ବର୍ତ୍ତମାନ ସୁଦ୍ଧା ୩୨ ଜଣଙ୍କ ଜୀବନ ଗଲାଣି । କେବଳ ଚେମ୍ବୁରରେ ଦୁର୍ଘଟଣାରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି ।

Deficit Rainfall
ସ୍ୱାଭାବିକରୁ ଅଧିକ ବର୍ଷା ପୂର୍ବାନୁମାନ ସତ୍ତ୍ୱେ ମୌସୁମୀର ଲୁଚକାଳି ଖେଳ : ରାଜ୍ୟର ୧୯ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ

ମୌସୁମୀ ଦୁର୍ବଳ, ବର୍ଷା ଅଭାବରୁ ଚାଷୀ କଲବଲ । କେଉଁଠି ପାଣି ଅଭାବରୁ ଚାଷ ଜମି ଫାଟି ଆଁ କଲାଣି, ତ କେଉଁଠି ଧାନ ତଳି ଜଳିଗଲାଣି । ଭଦ୍ର ଜିଲ୍ଲା ବାସୁଦେବପୁର ଅଞ୍ଚଳର ଆକାଶରେ ମେଘ ମାଳ ମାଳ ,ହେଲେ ବର୍ଷା ଅଭାବରୁ ଜମି ଏକଦମ୍ ଶୁଖିଲା

rain
ରାଜ୍ୟରେ ନିଅଣ୍ଟିଆ ବର୍ଷା : କେଉଁଠି ଜମି ଫାଟି ଆଁ କଲାଣି ତ ଆଉ କେଉଁଠି ତଳି ପକାଇ ପାରୁନି ଚାଷୀ

ବର୍ଷା ଅଭାବରୁ ମାଟି ଫାଟି ଆଁ କଲାଣି, ଯାହା ଯେତିକି ପାଣି ଥିଲା ସେତକରେ ଧାନ ରୁଆ ହେଇଥିଲା । ହେଲେ ଏବେ ତଳି ପଡ଼ିବା ପରେ ଚାଷ କେମିତି ଆଗେଇବ ତାକୁ ନେଇ ମୁଣ୍ଡରେ ହାତ ଦେଇ ବସିଛି ଚାଷୀ ।

rainfall
ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

heavy rainfall
ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।