ବାତ୍ୟା ଗୁଲାବର ପ୍ରଭାବରେ କୋରାପୁଟ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଯାଇଛି। ଅନେକ ଘରର ଆଜବେଷ୍ଟସ ଛାତ ଉଡି ଯାଇଛି। ବଡ ବଡ ଗଛ ଉପୁଡ଼ି ରାସ୍ତା ଉପରେ ପଡି ରହିଛି।
ବାତ୍ୟା ‘ଗୁଲାବ’ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଗତ ୬ ଘଣ୍ଟାରେ ଏହା ଘଣ୍ଟାକୁ ୧୪ କି.ମି. ବେଗରେ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୬ ଘଣ୍ଟାରେ ଏହା ଆହୁରି ଦୁର୍ବଳ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି।
ଆଜିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଥିଲା। ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି, ଆନ୍ଧ୍ର ଶ୍ରୀକାକୁଲମର ସନ୍ଥଗୁଡ଼ାରେ ଗୁଲାବ ଲ୍ୟାଣ୍ଡଫଲ୍ କରିଛି। ଶ୍ରୀକାକୁଲମରେ ବର୍ତ୍ତମାନ ୭୦ କିମି ବେଗରେ ପବନ ବହୁଛି।
ବାତ୍ୟା ଶ୍ରୀକାକୁଲମରୁ କୋରାପୁଟ ଜିଲ୍ଲାକୁ ପଶିବ। ପ୍ରଭାବରେ ରାତିରେ ଗଜପତି, ରାୟଗଡ଼ା, କୋରାପୁଟରେ ବର୍ଷା ବଢ଼ିବ। ଗଜପତି, ରାୟଗଡ଼ା, କୋରାପୁଟରେ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ।
ବାତ୍ୟା ଗୁଲାବକୁ ନେଇ SRC ପ୍ରଦୀପ ଜେନାଙ୍କ ସୂଚନା । ଆନ୍ଧ୍ର ଶ୍ରୀକାକୁଲମର ସନ୍ଥଗୁଡ଼ାରେ ଲ୍ୟାଣ୍ଡଫଲ୍ କରିଛି ଗୁଲାବ । ଶ୍ରୀକାକୁଲମରେ ବର୍ତ୍ତମାନ ୭୦ କିମି ବେଗରେ ପବନ ବହୁଛି । ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ବିଶେଷ ପ୍ରଭାବ ପଡ଼ିନି ।
ଟଳିଲା ବାତ୍ୟା ଭୟ । ଓଡ଼ିଶାରେ ନାହିଁ ବାତ୍ୟା ପ୍ରଭାବ । ଉପକୂଳ ଅତିକ୍ରମ କଲା ବାତ୍ୟା ଗୁଲାବ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କଲା ଗୁଲାବ ।
ବାତ୍ୟା ଗୁଲାବ ଲ୍ୟାଣ୍ଡଫଲ ପୂର୍ବରୁ ଗଜପତି ଜିଲ୍ଲା ଗୁମ୍ମା ବ୍ଳକରେ ରାସ୍ତା ଉପରକୁ ମାଟି ଅତଡ଼ା ଧସିଥିଲା। ଭୂସ୍ଖଳନ ଫଳରେ ନାମନଗଡରୁ ଅଜୟଗଡ଼ ମଧ୍ୟରେ ଯାତାୟାତରେ ସମସ୍ୟା ଉପୁଜିଥିଲା ଜିଲ୍ଲା ପ୍ରଶାସନ ଓ ରେସ୍କ୍ୟୁ ଟିମ୍ ଅପରେସନ୍ ପରେ ସ୍ଥିତି ସ୍ୱାଭାବିକକୁ ଆସିଥିଲା। ସେପଟେ ବାତ୍ୟା ସହ ଭୁସ୍ଖଳନ ବିପଦ ଏଡ଼ାଇବାକୁ ରାଇପାଙ୍କା ଅଞ୍ଚଳର ପାହାଡ଼ ତଳେ ବସବାସ କରୁଥିବା ଲୋକଙ୍କୁ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି।
ବାତ୍ୟା ଗୁଲାବ ପାଇଁ ପୁରୀରେ ୬ ନମ୍ବର, ପାରାଦୀପରେ ୩ ନମ୍ବର ଓ ଧାମରା ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି। ଗଂଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ବାତ୍ୟା ଗୁଲାବ୍ ଦ୍ୱାରା ବିଶେଷ ପ୍ରଭାବିତ ହେବ। ଏହି ୪ ଜିଲ୍ଲା ଏହି ୪ ଜିଲ୍ଲା ସମେତ ମୋଟ୍ ୧୪ ଜିଲ୍ଲାକୁ ସଜାଗ୍ କରିଛନ୍ତି ରାଜ୍ୟ ସରକାର।
ଆରମ୍ଭ ହେଲା ବାତ୍ୟା ଗୁଲାବ୍ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଏହା ୩ ଘଣ୍ଟା ଧରି ଚାଲିବ । ଏନେଇ SRC ପ୍ରଦୀପ ଜେନାଙ୍କ ସୂଚନା । ଆଜି ରାତି ୯ଟାରୁ ୯ଟା ୩୦ ମଧ୍ୟରେ ସରିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । କଳିଙ୍ଗପଟ୍ଟନମଠାରୁ ୨୫ କିମି ଦୂରରେ ଟେକାଲି ଓ ମୋରିଗୁଡ଼ା ମଝିରେ ଲ୍ୟାଣ୍ଡଫଲ୍ କରିବ ଗୁଲାବ ।
ସଂଧ୍ୟା ୬ରୁ ବାତ୍ୟା ଗୁଲାବ୍ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବ । SRC ପ୍ରଦୀପ ଜେନାଙ୍କ ସୂଚନା । ଗୋପାଳପୁରଠାରୁ ୯୦ କିଲୋମିଟର ଓ କଳିଙ୍ଗପାଟନମଠାରୁ ୮୫ କିଲୋମିଟର ଦୂରରେ ବାତ୍ୟା । ଗତ ୩ ଘଣ୍ଟାରେ ୨୫ କିମି ବେଗରେ ଅଗ୍ରସର ହେଉଛି ।
ସଂଧ୍ୟା ୬ରୁ ବାତ୍ୟା ଗୁଲାବ୍ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବ । SRC ପ୍ରଦୀପ ଜେନାଙ୍କ ସୂଚନା । ଗୋପାଳପୁରଠାରୁ ୯୦ କିଲୋମିଟର ଓ କଳିଙ୍ଗପାଟନମଠାରୁ ୮୫ କିଲୋମିଟର ଦୂରରେ ବାତ୍ୟା । ଗତ ୩ ଘଣ୍ଟାରେ ୨୫ କିମି ବେଗରେ ଅଗ୍ରସର ହେଉଛି ।
ବାତ୍ୟା ଲ୍ୟାଣ୍ଡଫଲ୍ ନକରୁଣୁ ଗଜପତି ଜିଲ୍ଲାରେ ଅଘଟଣ । ଗଜପତି ଜିଲ୍ଲା ଗୁମ୍ମା ବ୍ଳକରେ ମାଟି ଅତଡ଼ା ଧସି ରାସ୍ତା ଅବରୋଧ ହୋଇଛି । ନାମନଗଡରୁ ଅଜୟଗଡ଼ ମଧ୍ୟରେ ରାସ୍ତାରୁ ମାଟି ଅତଡ଼ା ଧସି ଅବରୋଧ ହୋଇଛି ।
ବାତ୍ୟା ମୁକାବିଲା ଲାଗି କଣ୍ଟ୍ରୋଲ ରୁମ୍ ଖୋଲିଛି । କଣ୍ଟୋଲ ରୁମ୍ ଲାଗି ଦୁଇ ନୋଡାଲ ଅଧତ୍କାରୀଙ୍କ ନାଁ ଘୋଷଣା କରାଯାଇଛି । କୌଣସି ଅଧିକାରୀଙ୍କୁ ଛୁଟି କିମ୍ବା ହେଡକ୍ୱାର୍ଟର୍ସ ନଛାଡ଼ିବାକୁ ନିର୍ଦ୍ଦେଶ ।
ମାଡ଼ି ଆସୁଥିବା ବାତ୍ୟା ଗୁଲାବର ମୁକାବିଲା ରଣନୀତି ନେଇ ଆଜି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ୱ ଦେବା ସହ ସ୍ଥାନାନ୍ତର କାର୍ଯ୍ୟ ଓ କୋଭିଡ଼ ନିୟମ ପାଳନରେ ପ୍ରଶାସନକୁ ସହଯୋଗ କରିବାକୁ ସର୍ବସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।
ବାତ୍ୟା ଗୁଲାବ ପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲିଛି । ବାତ୍ୟା ପରେ ପବନଜନିତ, ଭୂସ୍ଖଳନ ଏବଂ ବର୍ଷାଜନିତ ସମସ୍ୟା ଉପୁଜିପାରେ । କୋରାପୁଟ, ଗଜପତି ଓ ମାଲକାନଗିରି ଲୋକେ ବାତ୍ୟା ସହ ଅଭ୍ୟସ୍ତ ନୁହନ୍ତି ।
ବାତ୍ୟା ଗୁଲାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲାର ସମସ୍ତ ସ୍କୁଲକୁ କାଲି ପାଇଁ ଛୁଟି ଘୋଷଣା କରାଯାଇଛି । ସ୍ଥିତିକୁ ଦେଖି ମଙ୍ଗଳବାର ଦିନ ସ୍କୁଲ ଛୁଟି ରଖାଯିବ କି ନାହିଁ ସେନେଇ ଜିଲ୍ଲାପାଳ ନିଷ୍ପତ୍ତି ନେବେ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।
ବାରମ୍ବାର ଓଡ଼ିଶାକୁ କାହିଁକି ମାଡ଼ି ଆସୁଛି ବାତ୍ୟା? କ’ଣ ରହିଛି ଏହା ପଛରେ କାରଣ ? ଦେଖନ୍ତୁ ଏହି ଭିଡ଼ିଓ...
ବାତ୍ୟା ଏବେ ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ। ଗୋପାଳପୁରରୁ ୩୧୦ କିମି, କଳିଙ୍ଗପଟ୍ଟନମରୁ ୩୮୦ କିମି ଦୂରରେ। ଗତ ୬ ଘଣ୍ଟା ହେଲା ଏହାର ବେଗ ରହିଛି ଘଣ୍ଟା ପ୍ରତି ୭ କିମି।
ବାତ୍ୟା ଗୁଲାବ୍ରେ ଅଧିକ ପ୍ରଭାବିତ ହେବ ଗଞ୍ଜାମ ଓ ଗଜପତି । ଆଜି ପ୍ରାୟ ରାତି ୯ଟା ପରେ ଲ୍ୟାଣ୍ଡଫଲ କରିବ ସାମୁଦ୍ରିକ ଝଡ଼ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ପର୍ଯ୍ୟନ୍ତ ରହିବ । ତାବା ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୭୫ରୁ ୮୫ କିମି ରହିବ ବୋଲି ଆକଳନ କରାଯାଉଛି ।
ପବନ ଓ ବର୍ଷା ସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି। ତେଣୁ ପ୍ରାଥମିକତା ଭିତ୍ତିରେ ସେହି ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସମ୍ଭାବ୍ୟ ବାତ୍ୟା ଓ ପରବର୍ତ୍ତୀ ବନ୍ୟା ପରିସ୍ଥିତିକୁ ଦେଖି ଓଡ୍ରାଫ୍ ଏବଂ ଏନଡିଆରଏଫ୍ ଟିମ୍ ମୁତୟନ କରାଯାଇଛି । ଓଡ଼ିଶାକୁ ୧୩ଟି ଏନଡିଆରଏଫ୍ ଟିମ୍ ଆସିଛି । ଗଞ୍ଜାମକୁ ୩, ଗଜପତି, ରାୟଗଡ଼ା, କୋରାପୁଟ, ନୟାଗଡ଼ ଜିଲ୍ଲାକୁ ଦୁଇଟି ଲେଖାଏଁ ଟିମ୍ ପଠାଯାଇଛି । ସେହିପରି ଆନ୍ଧ୍ରପ୍ରଦେଶରେ ୫ଟି ଟିମ୍ ମୁତୟନ କରାଯାଇଛି ।
ଉପକୂଳକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ‘ଗୁଲାବ’। ସାମୁଦ୍ରିକ ଝଡ଼ ‘ଗୁଲାବ’କୁ ଦୃଷ୍ଟିରେ ରଖି ଆସନ୍ତାକାଲି ପର୍ଯ୍ୟନ୍ତ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ଗୁଲାବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । କିଛି ଅଞ୍ଚଳରେ ଝିପଝିପ୍ ବର୍ଷା ଆରମ୍ଭ ହୋଇସାରିଛି । ବାତ୍ୟା ଲ୍ୟାଣ୍ଡଫଲ୍ କରିବା ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଗଞ୍ଜାମ, ଶ୍ରୀକାକୁଲମ୍ ଓ ବିଜୟନଗରମ୍ ଜିଲ୍ଲାର ଉପକୂଳରେ ଅଧମିଟର ପର୍ଯ୍ୟନ୍ତ ଜୁଆର ଉଠିପାରେ । ତେଣୁ ଗତକାଲି ଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
ସମ୍ଭାବ୍ୟ ବାତ୍ୟା ଗୁଲାବର ପ୍ରଭାବ ପଡ଼ିବ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରରେ । ସେହି ଦୃଷ୍ଟିରୁ ଏହି ଅଞ୍ଚଳ ଦେଇ ଗତି କରୁଥିବା ୨୬ଟି ଟ୍ରେନ୍ ବାତିଲ କରାଯାଇଛି । ଜୋର୍ ବର୍ଷା ପବନର ଆଶଙ୍କା ଥିବାରୁ ଏହି ପଦକ୍ଷେପ ନେଇଛି ରେଳ ବିଭାଗ । ତା ସହିତ ୫ଟି ଟ୍ରେନର ଗତିପଥ ପରିବର୍ତ୍ତନ କରାଯାଇଛି । କେତେକ ଟ୍ରେନର ଯାତାୟତ ସମୟରେ ପରିବର୍ତ୍ତନ କରାଯାଇଥିବା ମଧ୍ୟ ସୂଚନା ଦିଆଯାଇଛି ।
ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଗୁଲାବ । ଆଜି ଭୋର ୫ଟା ୧୫ରେ ପାଣିପାଗ ବିଭାଗ ଜାରି କରିଥିବା ବୁଲେଟିନ ଅନୁସାରେ ବାତ୍ୟା ଏବେ ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅଛି । ଗୋପାଳପୁର ଠାରୁ ଏହା ୩୧୦ କିଲୋମିଟର ଦୂରରେ ଥିବା ବେଳେ କଳିଙ୍ଗପଟ୍ଟନମରୁ ୩୮୦ କିଲୋମିଟର ଦୂରରେ ରହିଛି ।