ରାଜ୍ୟରେ ଉପର ମୁହାଁ ପାରଦ । ୧୧ ସହରରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୬ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି । ତେବେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ ହୋଇଛି ।
ରାଜ୍ୟରେ ବଢିଛି ତାପମାତ୍ରା । ୩୮ ଡିଗ୍ରୀ ଟପିଲା ପାରଦ। ଏପଟେ ଆଗାମୀ ୩ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି ।
ତାତିରେ ଲାଗିବ କି ବ୍ରେକ୍ ? ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବା ବେଳେ, ପୁଣି ୭ ତାରିଖରୁ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
କିଛି ଦିନ ଧରି ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିଲା, ଏବେ ଆକାଶରୁ ମେଘ ହଟିଯିବା ପରେ ତାପମାତ୍ରା ବଢିଛି।
ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା। ୪ ତାରିଖ ପରେ ପଶ୍ଚିମା ଝଡ଼ର ସମ୍ଭାବନା ରହିଛି।
ବର୍ତ୍ତମାନ ବାଲେଶ୍ୱରରେ ଡଫ୍ଲର ରାଡାର କାମ ଅଧା ଶେଷ ହୋଇଛି। ସମ୍ବଲପୁରରେ ଉପକରଣ ମଧ୍ୟ ପହଞ୍ଚିସାରିଛି।
ବଢୁଥିବା ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ମେଘୁଆ ପାଗ ସହ ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ହୋଇଛି ବର୍ଷା ।
ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଆଉ କିଛି ଅଞ୍ଚଳରେ ତାତି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଗତକାଲି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୧୫ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା ।
ବିଶେଷ କରି କୋରାପୁଟ, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଓ ପୁରୀରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।
ପାଣିପାଗ ବିଶେଷଜ୍ଞଙ୍କ ମତ, ଫେବ୍ରୁଆରୀରେ ଏଭଳି ତାତି ରାଜ୍ୟରେ ନୂଆ ନୁହେଁ । ଏହାପୂର୍ବରୁ ୨୦୧୬ରେ ଭୁବନେଶ୍ୱରରେ ଫେବ୍ରୁଆରୀ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା ।
ପାଣିପାଗ ବିଶେଷଜ୍ଞଙ୍କ ମତ, ଫେବ୍ରୁଆରୀରେ ଏଭଳି ତାତି ରାଜ୍ୟରେ ନୂଆ ନୁହେଁ । ଏହାପୂର୍ବରୁ ୨୦୧୬ରେ ଭୁବନେଶ୍ୱରରେ ଫେବ୍ରୁଆରୀ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା ।
ରାଜ୍ୟକୁ ଶୁଷ୍କ ବାୟୁ ପ୍ରବାହ ଜାରି ଥିବାରୁ ଉଭୟ ରାତି ଓ ଦିନର ତାପମାତ୍ରା ବଢୁଥିବା ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଆସନ୍ତା ୨୨ରୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ।
ବଙ୍ଗୋପସାଗରରେ ସୃଷ୍ଟି ଗୁରୁଚାପ ବଳୟ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।
ଓଡିଶା ଉପକୂଳ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଏହି କୁହୁଡ଼ି ଦେଖିବାକୁ ମିଳିଛି।
ଆଗାମୀ ୩ଦିନ ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡିକରେ ରାତ୍ରିରୁ ସକାଳ ମଧ୍ୟରେ ଘନ କୁହୁଡି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ମଣିଷର ପ୍ରକୃତି ନଷ୍ଟ ହେଲେ ରସାତଳକୁ ବୋଲି ଆମେ କହି ଚେତେଇ ଦେଇଥାଉ l ଆଉ ଯଦି ପ୍ରକୃତିର ପ୍ରକୃତି ନଷ୍ଟ ହୁଏ, ଆମେ କେଉଁଠି ଲୁଚିବା ? ଦେଖାଣିଆ ପାଇଁ ଗାଡି ଉପରେ ଗାଡ଼ି କିଣୁଛେ, ହାଟକୁ ଗଲେ ବି ଗାଡି ଚଢୁଛେ, ସୌନ୍ଦର୍ଯ୍ୟକରଣ ନାଁରେ କଂକ୍ରିଟ୍ ସହର ତିଆରି କରୁଛେ, ବାୟୁମଣ୍ଡଳ ପ୍ରତି ସର୍ବାଧିକ ଅବଦାନ ଥିବା ବୃକ୍ଷଗୁଡ଼ିକୁ କାଟି କାଗଜୀ ଫୁଲ ଗଛ ଲଗାଉଛେ l
ସେହିଭଳି ଘନକୁହୁଡ଼ିରେ ଲୁଚି ରହିଛି ପାରାଦୀପ ସହର । ରାସ୍ତାଘାଟ ଦେଖାଯାଉନି, ଗାଡ଼ି ଚଳାଚଳରେ ବାଧା ଉପୁଜିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଥିବାରୁ ଯାତାୟାତରେ ବାଧା ଉପୁଜିଛି ।
ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ସ୍ୱାଭାବିକ ଠାରୁ ୨ ରୁ ୫ ଡିଗ୍ରୀ ବଢ଼ିଥିବା ବେଳେ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୭ ଡିଗ୍ରୀ ଅଧିକ ରେକର୍ଡ ହୋଇଛି ।
ଫେବ୍ରୁଆରୀ ପ୍ରଥମ ସପ୍ତାହର ଖରାକୁ ଦେଖିଲେ ମୁଣ୍ଡ ବୁଲାଇ ଦେଉଛି।
କଥାରେ ଅଛି ମାଘ ମାସରେ ବାଘ ଭଳି ଶୀତ । କିନ୍ତୁ ଚଳିତ ମାଘରେ ଶୀତ କଥା ଛାଡନ୍ତୁ, ଏବେଠାରୁ ଗରମ ଅନୁଭୂତ ହେଲାଣି । ହଠାତ୍ ଖରା, ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି ।
ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ଗଜପତି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।
ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।
ଶୀତ । ଉପାନ୍ତରୁ ଉପକୂଳ ସବୁଠି ଖସିଛି ପାରଦ । ତା ସାଙ୍ଗକୁ ଘନକୁହୁଡ଼ି ଜୀବନଯାତ୍ରାକୁ ଅସ୍ତବ୍ୟସ୍ତ କରିଛି ।
ବାୟୁମଣ୍ଡଳରେ ଜଳିୟବାଷ୍ପ ପରିମାଣ ଅଧିକ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହୋଇଛି । ଅନ୍ୟପଟେ ୩୧ ତାରିଖରୁ ପୁଣି ଭିଜିବ ଓଡିଶା ।