ଲଘୁଚାପ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ ! ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା।
ବାତ୍ୟା ନେଇ ଏବେ କୌଣସି ସୂଚନା ନାହିଁ । ଆଜି କିଛି ଏଭଳି ପ୍ରତିକ୍ରିୟା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ହେବା ନେଇ ଚର୍ଚ୍ଚା ହେଉଥିଲା ।
ବାତ୍ୟା ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା IMD ଜାରି କରି ନାହିଁ । ତାସହ ଲୋକଙ୍କୁ ଗୁଜବରେ ବିଶ୍ୱାସ ନକରିବାକୁ ସେ ପରାମର୍ଶ ଦେଇଛନ୍ତି ।
ଆସିବ କି ଆଉ ଏକ ବାତ୍ୟା ? ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା ରହିଛି।
ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ... ଆସନ୍ତାକାଲି ସାମାନ୍ୟ କମିବ ବର୍ଷାର ପରିମାଣ
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି।
ଉତ୍ତର ଓଡିଶା ଓ ଦକ୍ଷିଣ ଉପକୂଳ ଓଡିଶାରେ ଆଜି ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
୧୮ ତାରିଖରେ ଘଡ଼ଘଡି ସହ ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ଅନୁଗୁଳ, ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଜଳ ନିଷ୍କାସନ ସମସ୍ୟାରୁ ଉବୁଟୁବୁ ସହର । ବୁଡିଲା ରାସ୍ତାଘାଟ, ଲୋକେ ଘରେ ଜଳବନ୍ଦୀ ।
ଲଘୁଚାପ ଯୋଗୁ ପ୍ରବଳ ବର୍ଷା ସତ୍ତ୍ୱେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି ସରକାର ଆଶ୍ୱାସନା ଦେଇଛନ୍ତି। ଉପକୂଳରେ ବର୍ଷା ପରିମାଣ କମିବା ସହ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।
ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବଢ଼ିବ ବର୍ଷା ପରିମାଣ...ବଲାଙ୍ଗିରରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ..ଉପରମୁଣ୍ଡରେ ବର୍ଷା ଯୋଗୁ ନଦୀରେ ବଢ଼ିପାରେ ପାଣି
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶଃ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ସକ୍ରିୟ ଥିବାରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ନବରଙ୍ଗପୁର ସହରରେ ଘରେ ଘରେ ପଶିଲା ବର୍ଷା ପାଣି । ସମ୍ଭାବ୍ୟ ବଡ଼ ବର୍ଷା ପାଇଁ ପାଣିପାଗ ବିଭାଗର ରେଡୱାର୍ଣ୍ଣିଂ ।
କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିରକୁ ରେଡ୍ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କଲା ପାଣିପାଗ ବିଭାଗ ।
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି
୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ଘନିଭୂତ ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ୨ ଦିନ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ସେପଟେ ଗତକାଲି କୋରାପୁଟରେ ପ୍ରବଳ ବର୍ଷା ହୋଇଛି । କୋରାପୁଟ ଜିଲ୍ଲାରେ ୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଲଘୁଚାପ ପ୍ରଭାବରେ ଜିଲ୍ଲାରେ ଦିନତମାମ ବର୍ଷା ଲାଗି ରହିଥିବା ବେଳେ କୋରାପୁଟ ସହରରେ ଛେଚିଛି ବର୍ଷା ।
ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବା ବେଳେ ଆସନ୍ତାକାଲି ପାଇଁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି।
ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ବଜ୍ରପାତ ହେଲେ,ସୁଉଚ୍ଚ ହୋଇଥିବାରୁ ବିଜୁଳି ତାଳ ଗଛ ଉପରେ ପଡ଼ୁଥିଲା ଓ ତାଳ ଗଛ ନଷ୍ଟ ହୋଇଯାଉଥିଲା। କିନ୍ତୁ ବିଲବାଡ଼ିରେ କାମ କରୁଥିବା ଲୋକେ ବର୍ତ୍ତି ଯାଉଥିଲେ।