ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବଢ଼ିବ ବର୍ଷା ପରିମାଣ...ବଲାଙ୍ଗିରରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ..ଉପରମୁଣ୍ଡରେ ବର୍ଷା ଯୋଗୁ ନଦୀରେ ବଢ଼ିପାରେ ପାଣି
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶଃ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ସକ୍ରିୟ ଥିବାରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ନବରଙ୍ଗପୁର ସହରରେ ଘରେ ଘରେ ପଶିଲା ବର୍ଷା ପାଣି । ସମ୍ଭାବ୍ୟ ବଡ଼ ବର୍ଷା ପାଇଁ ପାଣିପାଗ ବିଭାଗର ରେଡୱାର୍ଣ୍ଣିଂ ।
କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିରକୁ ରେଡ୍ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କଲା ପାଣିପାଗ ବିଭାଗ ।
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି
୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ଘନିଭୂତ ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ୨ ଦିନ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ସେପଟେ ଗତକାଲି କୋରାପୁଟରେ ପ୍ରବଳ ବର୍ଷା ହୋଇଛି । କୋରାପୁଟ ଜିଲ୍ଲାରେ ୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଲଘୁଚାପ ପ୍ରଭାବରେ ଜିଲ୍ଲାରେ ଦିନତମାମ ବର୍ଷା ଲାଗି ରହିଥିବା ବେଳେ କୋରାପୁଟ ସହରରେ ଛେଚିଛି ବର୍ଷା ।
ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବା ବେଳେ ଆସନ୍ତାକାଲି ପାଇଁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି।
ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ବଜ୍ରପାତ ହେଲେ,ସୁଉଚ୍ଚ ହୋଇଥିବାରୁ ବିଜୁଳି ତାଳ ଗଛ ଉପରେ ପଡ଼ୁଥିଲା ଓ ତାଳ ଗଛ ନଷ୍ଟ ହୋଇଯାଉଥିଲା। କିନ୍ତୁ ବିଲବାଡ଼ିରେ କାମ କରୁଥିବା ଲୋକେ ବର୍ତ୍ତି ଯାଉଥିଲେ।
ତେଣେ ପାଣିପାଗ ବିଭାଗ କହୁଛି ସେପଟେମ୍ବରରେ ଲଘୁଚାପ ବର୍ଷା ନିଅଣ୍ଟିଆ ବର୍ଷା ପରିମାଣ ଭରଣା କରିଦେବ ।
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ପ୍ରାୟ ଅଧିକାଂଶ ଜିଲ୍ଲାରେ ଜାରି ରହିଛି ବର୍ଷା। କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇଛି।
ରାଜ୍ୟରେ ବର୍ଷା ଲାଗି ରହିଛି ...କେବଳ ଉପକୂଳ ଓଡିଶାକୁ ଛାଡ଼ିଦେଲେ ରାଜ୍ୟର ଆଉ ସମସ୍ତ ଜିଲ୍ଲାକୁ ୱାର୍ଣ୍ଣି ଜାରି କରାଯାଇଛି
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆଜି ୩୦ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତା ୭ ତାରିଖ ଯାଏ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏଥି ପାଇଁ ଅତି ଜରୁରୀ ନଥିଲେ ଘରୁ ନ ବାହାରିବାକୁ କୁହାଯାଇଛି ।
ଅକାଳ ଚଡ଼କରେ ଆଜି ଥରି ଉଠିଲା ରାଜ୍ୟ ରାଜଧାନୀ ଭୁବନେଶ୍ୱର ଓ କଟକ । ଅପରାହ୍ନ ୨ଟା ବେଳକୁ ପାତାଳଭେଦି ବଜ୍ରପାତରେ ଦୋହଲିଗଲା ଦୈତନଗରୀର ଜନଜୀବନ ।
କମ୍ପି ଉଠିଲା ଗଗନ ପବନ । ବର୍ଷା ଆଉ ପବନ ମାଡ଼ରେ ଥରହର ଚତୁର୍ଦ୍ଦିଗ । ଘଡ଼ଘଡ଼ିର ଗର୍ଜନରେ ତାବଦା ହୋଇଯାଉଛି କାନ ମୁଣ୍ଡ । ପାତାଳଭେଦୀ ବଜ୍ରପାତରେ ଥରି ଉଠୁଛି ଶରୀରର ସର୍ବାଙ୍ଗ ।
ପୃଥକ୍ ପୃଥକ୍ ସ୍ଥାନରେ ବଜ୍ରପାତରେ ୪ ମୃତ, ୩ ଗୁରୁତର...କଟକ ଏବଂ ଭୁବନେଶ୍ୱରରେ ଅତିପ୍ରବଳ ବର୍ଷା
ଟ୍ୱିନ୍ ସିଟିକୁ ବର୍ଷା ଆଲର୍ଟ...ଢ଼ାଳୁଛି, କାଚୁଛି..
ସେହିପରି ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ସୋନପୁର ଜିଲ୍ଲରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ରାଜ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।