ଆଗାମୀ କିଛି ଦିନ ଧରି ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଏଭଳି ଗ୍ରୀଷ୍ଣ ପ୍ରବାହ ଜାରି ରହିବ। ଆଜି ସକାଳେ ସାଢ଼େ ୮ଟାରେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ କରାଯାଇଛି।
ମାଡ଼ି ଆସୁଛି ମୁଣ୍ଡ ଫଟା ଖରା । ୧୩ରୁ ୧୫ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି କଲାଣି ପାଣିପାଗ ବିଭାଗ । ଏମିତିକି ୧୫ ତାରିଖରେ ଝାରସୁଗୁଡ଼ାରେ ପାରଦ ୪୪ ଡିଗ୍ରୀ ଡେଇଁବା ଅନୁମାନ କରିଛି ।
ନିଆଁ ବର୍ଷୁଛି, ମୁଣ୍ଡ କାନ ଝାଇଁ ମାରି ଯାଉଛି । ଅପରାହ୍ନ ସାଢ଼େ ୨ଟା ବେଳକୁ ରାଜଧାନୀରେ ପାରଦ ୪୦ ଡିଗ୍ରୀ ଟପିଗଲା । ଡହ ଡହ ଖରାରେ କଲବଲ ହେଉଛନ୍ତି ଭୁବନେଶ୍ୱରବାସୀ ।
ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ । ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ୪ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଛି ।
ଚଳିତ ବର୍ଷ ସ୍ୱାଭାବିକ ହେବ ମୌସୁମୀ ବର୍ଷା। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଜାରି ରହିଛି। ଆହୁରି ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଧୁ ଧୁ ଖରା.. ଅସ୍ତବ୍ୟସ୍ତ ରାଜ୍ୟବାସୀ । କିଛି ଦିନ ଅନ୍ତରାଳରେ ଲୋକଙ୍କୁ ପୁଣି ଅଣନିଶ୍ୱାସୀ କରିଛି ଗ୍ରୀଷ୍ମ ପ୍ରକୋପ । ମାର୍ଚ୍ଚରୁ ଏପ୍ରିଲର ପ୍ରଥମ ସପ୍ତାହ ଯାଏଁ ପଶ୍ଚିମାଝଡ଼ ଏବଂ କାଳ ବୈଶାଖୀ ପ୍ରଭାବରେ ଖରାର ପ୍ରଭାବ ସେତେଟା ଅନୁଭୂତ ହୋଇନଥିଲା । ତେବେ ଆଜି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବଦଳିଛି ପାଗର ମିଜାଜ୍ । ରାଜଧାନୀ ଭୁବନେଶ୍ୱରରେ ସକାଳ ସାଢେ ୮ ସୁଦ୍ଧା ପାରା ୩୧ ଡିଗ୍ରୀ ଅତିକ୍ରମ କରିସାରିଥିଲା । ଦିନ ୧୧ଟା ୩୦ ବେଳକୁ ୩୭.୨ ଡିଗ୍ରୀ ଓ ୨ଟା ୩୦ ସୁଦ୍ଧା ୩୯ ଡିଗ୍ରୀ ଛୁଇଁଥିଲା । ତେବେ ଆଜି ରେକର୍ଡ ତାତି ଅନୁଭୂତ ହୋଇଛି ଝାରସୁଗୁଡ଼ା ଓ ବାରିପଦାରେ
ଚଳିତ ବର୍ଷ ରାଜ୍ୟରେ ପ୍ରଥମ ଥର ଲାଗି ୪୦ ଡିଗ୍ରୀ ଟପିଲା ପାରା । ଆଜି ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରୀ ରହିଥିବା ବେଳେ ବାରିପଦାରେ ବି ପାରା ୪୦ ଛୁଇଁଛି । ରାଜଧାନୀ ଭୁବନେଶ୍ୱର ଓ ସମ୍ବଲପୁରରେ ମଧ୍ୟ ଏହା ପାଖାପାଖି ରହିଛି ତାପମାତ୍ରା । ଆସନ୍ତା ୧୬ ତାରିଖ ଯାଏ ଅଗ୍ନିବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ପ୍ରଚଣ୍ଡ ଖରାକୁ ଦେଖି ସତର୍କ ରହିବାକୁ କୁହାଯାଇଛି ।
ଭୁବନେଶ୍ୱର ଓ ସମ୍ବଲପୁରରେ ବି ଅସମ୍ଭାଳ ସ୍ଥିତି । ୧୬ ଯାଏଁ ଅଗ୍ନିବର୍ଷାରୁ ନିସ୍ତାର ନାହିଁ କହିଲା ପାଣିପାଗ ବିଭାଗ ।
କିଛି ଦିନ ଧରି କାଳବୈଶାଖୀ ବର୍ଷା ଯୋଗୁଁ ତାତି କମିଥିବା ବେଳେ ଆଜି ପୁଣି ଗରମ ଅନୂଭବ ହେଉଛି ।
ଆଜି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।
ଆଉ ୨ରୁ ୩ ଦିନ ପରେ ବଢ଼ିବ ରାଜ୍ୟର ତାତି। ପାଣିପାଗ ବିଭାଗର ସୂଚନା ଅନୁସାରେ, ୨ରୁ ୩ ଡିଗ୍ରୀ ଯାଏ ତାପମାତ୍ରା ବଢିବାର ସମ୍ଭାବନା ରହିଛି।
ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିବ।
ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା।
କଟକ ବାସିନ୍ଦାଙ୍କୁ ବେହାଲ କରିଛି ପଶ୍ଚିମାଝଡ଼ ପ୍ରଭାବରେ ଅଦିନିଆ ବର୍ଷା। ସହରର ଅନେକ ସ୍ଥାନରେ ପ୍ରବଳ ବର୍ଷାରୁ ରାସ୍ତାରେ ପାଣି ଜମିଥିବା ଦେଖିବାକୁ ମିଳିଛି।
ପ୍ରବଳ ବର୍ଷାରେ ଭିଜିଲା ଟ୍ୱିନ୍ସିଟି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ରାଜଧାନୀ ।
ଅନ୍ୟପଟେ ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ହେବ, ବର୍ଷା କମିବା ସହ ଉତ୍ତାପ ବଢିବ ।
ଆସନ୍ତାକଲି ପାଇଁ ଉତ୍ତର ଓଡିଶାର ଅଧିକାଂଶ ଅଞ୍ଚଳ ଏବଂ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ଆଜି ୨୫ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୨୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଗତ କିଛିଦିନ ଧରି ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଜି ମଧ୍ୟ କିଛି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା । ଆଜିଠୁ ଆଉ ଏକ ପଶ୍ଚିମା ଝଡ଼ ।
ରାଜଧାନୀରେ କୁତ୍ରିମ ବନ୍ୟା ! ଟିକିଏ ବର୍ଷା ହେଉ ହେଉ ରାସ୍ତା ଉପରେ ଆଣ୍ଠୁଏ ପାଣି। ଯାତାୟତ ଠପ୍...
ଆଜି ପାଇଁ ୧୦ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଗଂଜାମ, ଗଜପତି, କନ୍ଧମାଳ, ରାୟଗଡ଼ାଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।
ଆଜି ୪୦ରୁ ୫୦ କିମି, କାଲି ୩୦ରୁ ୪୦ କିମି ବେଗରେ ପବନ ବହିପାରେ