Advertisment

landfall Near Kakinada: ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ି କେହି ନ ଯିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଆନ୍ଧ୍ରରେ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍! ଭୀଷଣ ବାତ୍ୟା ‘ମୋନ୍ଥା’କୁ ନେଇ ବଡ଼ ଅପଡେଟ୍ । ଆନ୍ଧ୍ର ମଚ୍ଛଲିପଟ୍ଟନମ୍-କଳିଙ୍ଗପଟନମ୍ ଭିତରେ ଛୁଇଁବ ସ୍ଥଳ ଭାଗ! ୨୮ ତାରିଖ ସଂଧ୍ୟାରୁ ରାତି ଭିତରେ କରିପାରେ ଲ୍ୟାଣ୍ଡଫଲ୍ ।

cyclone

cyclone Photograph: (OTV)

Advertisment

ଆନ୍ଧ୍ରରେ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍! ଭୀଷଣ ବାତ୍ୟା ‘ମୋନ୍ଥା’କୁ ନେଇ ବଡ଼ ଅପଡେଟ୍ । ଆନ୍ଧ୍ର ମଚ୍ଛଲିପଟ୍ଟନମ୍-କଳିଙ୍ଗପଟନମ୍ ଭିତରେ ଛୁଇଁବ ସ୍ଥଳ ଭାଗ! ୨୮ ତାରିଖ ସଂଧ୍ୟାରୁ ରାତି ଭିତରେ କରିପାରେ ଲ୍ୟାଣ୍ଡଫଲ୍ । କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁପାରେ । ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ବହିବ ପବନ।

Advertisment

ସେପଟେ ବାତ୍ୟା ପ୍ରଭାବରେ ଓଡ଼ିଶାରେ ହେବ ଅତିପ୍ରବଳ ବର୍ଷା। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆନ୍ଧ୍ର ଉପରେ ବାତ୍ୟାର ପ୍ରଭାବ ଅଧିକ ରହିବ। କିନ୍ତୁ ଓଡ଼ିଶାରେ ପ୍ରଭାବରେ ପ୍ରବଳ ବର୍ଷା ହେବ। ଆଜିଠୁ ପାଗ ବଦଳୁଥିବାବେଳେ ୨୭ରୁ ୨୯ ତାରିଖ, ତିନି ଦିନ ଯାଏଁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ କାଚିବ। 

Advertisment

୨୭ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିକୁ ବି ଦିଆଯାଇଛି ସମାନ ଚେତାବନୀ। ସେହିପରି ୨୮ରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୨୯ରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ବି ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। 

Advertisment

ଏହି ସମୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତର ଚେତାବନୀ ଦିଆଯାଇଛି। ଝଡ଼ତୋଫୋନ ସହ ଏହି ସମୟରେ ୬୦ରୁ ୭୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ। ୩୦ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ। ସେପଟେ କାଲିଠୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।  

ସମ୍ଭାବ୍ୟ ବାତ୍ୟାକୁ ନେଇ ବାଲେଶ୍ୱରରେ ସବୁ ସରକାରୀ କର୍ମୀଚାରୀଙ୍କ ଛୁଟି ବାତିଲ। ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ଯାଏଁ ଛୁଟି ବାତିଲ କଲେ ଜିଲ୍ଲାପାଳ। ଛୁଟିରେ ଥିବା ସମସ୍ତ ସରକାରୀ କର୍ମଚାରୀ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ । ବିନା ଅନୁମତିରେ ହେଡକ୍ୱାର୍ଟର୍ସ ନଛାଡିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। 

ସେହିପରି ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ କରାଯାଇଛି। ମୁଖ୍ୟାଳୟ ଛାଡ଼ି କେହି ନ ଯିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ... 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ