WEATHER Photograph: (OTV)
ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା । ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି କୋରାପୁଟ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ହୋଇପାରେ । ଏହାସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ଉତ୍ତର ଓ ଉପକୂଳ ଓଡ଼ିଶାକୁ ଆଲର୍ଟ ଜାରି କରାଯାଇଛି । ସେପଟେ ଓଡ଼ିଶାରୁ ମୌସୁମୀ ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଛି ।
ଦୁଇଦିନ ଯାଏଁ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା
ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ନେଇ ସତର୍କତା
ଆଜି କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ
ଉପକୂଳ ଓ ଉତ୍ତର ଓଡ଼ିଶାକୁ ବି ଆଲର୍ଟ
ଲେଉଟାଣି ପ୍ରକ୍ରିୟା ଆରମ୍ଭ କଲାଣି ମୌସୁମୀ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/10/12/weather-2025-10-12-14-23-03.jpg)