Advertisment

Another Low-Pressure System on the Way: ଆସୁଛି ପୁଣି ଏକ ଲଘୁଚାପ, ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

ବଦଳିପାରେ ରାଜ୍ୟର ପାଣିପାଗ। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

author-image
Tapan Swain
Low Pressure

Low Pressure Photograph: (OTV)

ବଦଳିପାରେ ରାଜ୍ୟର ପାଣିପାଗ। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

Advertisment

ଲଘୁଚାପର ଗତି ଓ ପ୍ରଭାବ ନେଇ ସ୍ପଷ୍ଟ ହୋଇନାହିଁ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏନେଇ ରାଜ୍ୟରେ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏହା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ପୁରୀ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଭଳି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ସେହିପରି ୨୪ ତାରିଖ ପାଇଁ ଖୋର୍ଦ୍ଧା, କଟକ, ମୟୂରଭଞ୍ଜରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।...

  ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ସୂଚନା
ଲଘୁଚାପର ଗତି ଓ ପ୍ରଭାବ ନେଇ ସ୍ପଷ୍ଟ ହୋଇପାରିନାହିଁ
୨୩ରେ ବିଜୁଳି ଘଡଘଡି ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭାରତ ମହାସାଗର ଓ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି

Low Pressure
Advertisment
Related Articles
Advertisment