/odishatv-khabar/media/media_library/vi/NaZhJxKCIGo/hqdefault-993000.jpg)
ଲଘୁଚାପ ଆଣୁଛି ବଡ଼ ବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆଜି ପାଇଁ ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏଥିସହ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ। ୨୫ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର। ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ସତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)