Advertisment

୫ ଦିନ ପ୍ରବଳ ବର୍ଷିବ! ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର

ଲଘୁଚାପ ପ୍ରଭାବରେ ଆଜିଠୁ ୨୮ ତାରିଖ ଯାଏଁ ଜାରି ରହିବ ବର୍ଷା ପବନ। ଆଜି ପାଇଁ ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା।

Heavy Rain Alert in Odisha as Low Pressure Forms over NE Bay of Bengal
Advertisment

ଲଘୁଚାପ ଆଣୁଛି ବଡ଼ ବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। 
ଆଜି ପାଇଁ ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏଥିସହ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ। ୨୫ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର। ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ସତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Advertisment
IMD Heavy Rainfall Alert Weather
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ