Advertisment

Heavy Rain Alert: ପ୍ରବଳ ବର୍ଷା, ପବନ; ଆଜି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା। ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା। ଆଜି ୧୨ଟି ଜିଲ୍ଲା ଓ ଆସନ୍ତାକାଲି ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Weather

Weather Photograph: (OTV)

Advertisment

ରାଜ୍ୟରେ ଆସୁଛି ଏକ ବଡ଼ ବର୍ଷା। ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ବିଶେଷ କରି ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Advertisment

ଏଥିଲାଗି ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ୨୪ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଥିମଧ୍ୟରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି। ଏହି ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ହେବା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। 

ସେହିଭଳି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିବ। ସେହିପରି ପ୍ରବଳ ଗୁଳୁଗୁଳି ନେଇ ବି ସତର୍କ କରାଇଛି ପାଣିପାଗ ବିଭାଗ ।

Advertisment

heavy rain alert Odisha Heavy Rain Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ