WEATHER Photograph: (OTV)
ଆଜି ପ୍ରବଳ ବର୍ଷା। ସାରା ରାଜ୍ୟରେ ଆଜି ଭିଷଣ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଫଳରେ ଆଜି ତୁହାକୁ ତୁହା ବର୍ଷା ହେବାର ସମ୍ଭାବନା ଥିବା ବେଳେ ଦକ୍ଷିଣ ଓଡ଼ିଶାର ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
୧୪ ଟି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ
କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଆଜି ରେଡ୍ ୱାର୍ଣ୍ଣି ଜାରି ହୋଇଥିବା ବେଳେ ରାଜ୍ୟର ୧୪ ଟି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି ଉପକୂଳ ଓ ପୂର୍ବ ଓଡିଶାରେ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଥିବା ବେଳେ ପଶ୍ଚିମ ଓଡିଶାର କେତୋଟି ଜିଲ୍ଲାକୁ ମଧ୍ୟ ଅରେଞ୍ଜ୍ ୱାର୍ଣ୍ଣିଂ ରହିଛି।
ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଜୋରରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଅରେଞ୍ଜ ୱାର୍ଣ୍ଣିଂ ଥିବା ୧୪ ଏବଂ ୟେଲୋ ୱାର୍ଣ୍ଣିଂ ଥିବା ୧୩ ଜିଲ୍ଲାରେ ୨୮ ଯାଏଁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସମୁଦ୍ର ଉପକୂଳରେ ୪୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀମାନଙ୍କୁ ଏହି ସମୟରେ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/09/27/weather-2025-09-27-08-53-51.jpg)