Rain Photograph: (OTV)
ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ବିଶେଷ କରି କୋରାପୁଟ, ସୁବର୍ଣ୍ଣପୁର ବରଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷିଛି ।
ତେବେ ଆସନ୍ତାକାଲି ସକାଳ ସାଢେ ୮ଟା ସୁଦ୍ଧା ୫ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ଏବଂ ଝଟକା ପବନ ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ..
ସେହିପରି ଆସନ୍ତାକାଲି ସକାଳେ ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡି ନେଇ ପାଣିପାଗ ବିଭାଗ ପୂର୍ବାନୁୁମାନ କରିଛି । ...
ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା
ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
କୋରାପୁଟ, ସୁବର୍ଣ୍ଣପୁର ବରଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା
ଆସନ୍ତାକାଲି ୫ ଜିଲ୍ଲାରେ ବର୍ଷା ନେଇ ଆଲର୍ଟ ଜାରି
ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି
ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା
ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କେନ୍ଦୁଝର ଜିଲ୍ଲାକୁ ଆଲର୍ଟ
କାଲି ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରକୁ ଘନ କୁହୁଡି ଆଲର୍ଟ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/24/rain-2026-02-24-15-34-14.jpg)