/odishatv-khabar/media/media_files/2025/10/24/cyclone-2025-10-24-14-25-20.jpg)
cyclone Photograph: (OTV)
ଆସୁଛି ବାତ୍ୟା । ଆସନ୍ତା ୨୭ ତାରିଖ ସକାଳେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏବେ କେନ୍ଦ୍ରୀଭୂତ ହୋଇ ବଳ ଗୋଟାଉଛି ଲଘୁଚାପ କ୍ଷେତ୍ର ।
ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଏହା ଅବପାତର ରୂପ ନେବ । ୨୬ ସୁଦ୍ଧା ଆହୁରି ବଳ ଗୋଟାଇ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ୨୭ ତାରିଖ ସକାଳେ ବାତ୍ୟା (Cyclone)ର ରୂପ ନେବା ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ
ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି ଆନ୍ଧ୍ର ଉପରେ ଏହାର ଅଧିକ ପ୍ରଭାବ ରହିବ । ଓଡ଼ିଶାରେ ୨୭ରୁ ୨୯ ତାରିଖ ଯାଏଁ ପ୍ରବଳ ବର୍ଷା(Heavy Rain) ନେଇ ଆକଳନ କରାଯାଇଛି । ପ୍ରାୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୨୭ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧାରେ ବର୍ଷା ହେବ । ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ବି ବର୍ଷା ହେବ ।
ସେହିପରି ୨୮ରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ପ୍ରବଳ ବର୍ଷା ହେବ। ୨୯ରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକରେ ପ୍ରବଳ ବର୍ଷିବ । ତେବେ ଆସନ୍ତା ୩୦ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ଆଳନ କରିଛି । ଆସନ୍ତା ୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)