Advertisment

Low Pressure Alert: ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ! ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା। ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ସୂଚନା। ଲଘୁଚାପର ଗତି ଓ ପ୍ରଭାବ ନେଇ ସ୍ପଷ୍ଟ ହୋଇପାରିନାହିଁ।

Low Pressure

Low Pressure Photograph: (OTV)

Advertisment

ବଦଳିପାରେ ରାଜ୍ୟର ପାଣିପାଗ। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଲଘୁଚାପର ଗତି ଓ ପ୍ରଭାବ ନେଇ ସ୍ପଷ୍ଟ ହୋଇନାହିଁ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। 

Advertisment

ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏନେଇ ରାଜ୍ୟରେ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। 

କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ପୁରୀ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଭଳି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୪ ତାରିଖ ପାଇଁ ଖୋର୍ଦ୍ଧା, କଟକ, ମୟୂରଭଞ୍ଜରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

Low Pressure Low Pressure Alert Fresh Low Pressure Over Bay Of Bengal
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ