Advertisment

Low Pressure: ୩ ଦିନ ନନଷ୍ଟପ୍ ବର୍ଷା, ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ସାରା ରାଜ୍ୟରେ ଝଡ଼ବର୍ଷା ହୋଇପାରେ। ମାଲକାନଗିରିକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି।

author-image
Chinmayee Sahoo
WEATHER

WEATHER Photograph: (OTV)

ନନଷ୍ଟପ୍ ବର୍ଷାରେ ଧୋଇଯିବ ଦଶହରାରୁ ଭସାଣୀ। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ (Low Pressure)। ଆହୁରି ଘନୀଭୂତ ହୋଇ ଏହା ଅବପାତର ରୂପ ନେଇପାରେ । ଆଜି ସାରା ରାଜ୍ୟରେ ଝଡ଼ବର୍ଷା ନେଇ ଚେତାବନୀ ଜାରି ହୋଇଛି। ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବା ସମ୍ଭାବନା ରହିଛି । ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ସେହିପରି ଆସନ୍ତାକାଲି ୫ ଜିଲ୍ଲା କନ୍ଧମାଳ, ରାୟଗଡା, ଗଜପତି, କୋରାପୁଟ ଏବଂ ମାଲକାନଗିରିକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାକି ୨୫ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Advertisment
Low Pressure
Advertisment
Related Articles
Advertisment