Advertisment

Cyclonic Circulation: ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ, ଆଜିଠୁ ପୁଣି ବର୍ଷିବ

ଆଜିଠୁ ୪ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

WEATHER

WEATHER Photograph: (OTV)

Advertisment

ଆସନ୍ତାକାଲି ସୁଦ୍ଧା ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ। ତଥାପି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଜାରି ରହିବ। ଓଡ଼ିଶାରୁ ମୌସୁମୀ ବିଦାୟ ନେବାର ସମୟ ୧୫ ତାରିଖ ହୋଇଥିବା ବେଳେ ଆଗାମୀ ୫ ଦିନରେ ମୌସୁମୀ ବିଦାୟ ନେବା ପାଇଁ ପାଗ ଅନୁକୂଳ ନଥିବା କହିଛି ଆଂଚଳିକ ପାଣିପାଗ ବିଭାଗ। 
ଆଇଏଡି ଆହୁରି ମଧ୍ୟ ସୂଚନା ଦେଇ କହିଛି ଯେ, ରାଜ୍ୟରୁ ଧୀରେ ଧୀରେ ବାୟୁ ଚଳାଚଳର ଦିଗ ବଦଳିବା ସହିତ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରୁ ମୌସୁମୀ ବାୟୁ ବିଦାୟ ନେବା ପାଇଁ ପାଗ ଅନୁକୂଳ ହେବ । ଆଜି ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ , କଟକ , କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ ତାରିଖ ପାଇଁ ସାରା ଓଡ଼ିଶାର ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisment

ଅଧିକ ଦେଖନ୍ତୁ:

Cyclonic Circulation
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ