/odishatv-khabar/media/media_files/2025/10/09/rain-alert-2025-10-09-13-57-40.jpg)
Rain-Alert Photograph: (OTV)
ଆଜିଠୁ ପୁଣି ବର୍ଷା । ୪ ଦିନ ଯାଏ ନିର୍ଦ୍ଧୁମ ଛେଚିବ । ଭିଜେଇବ, ବୁଡେଇବ... ସତର୍କ କଲା ପାଣିପାଗ ବିଭାଗ । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ । ୩୦ରୁ ୪୦ କିଲୋମିଟର ବେଗରେ ବହିବ ପବନ । ବିଶେଷକରି ୩ଟି ଜିଲ୍ଲାରେ ପ୍ରବଳ ବର୍ଷା ପବନ ନେଇ ଜାରି ହେଲା ୱାର୍ଣ୍ଣିଂ ।
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଆଜିଠୁ ବଢିବ ବର୍ଷାର ପରିମାଣ । ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହୋଇପାରେ । ଏହି ୩ ଜିଲ୍ଲାକୁ ଜାରି ହେଲା ୟେଲୋ ଆଲର୍ଟ । ଏଥି ସହ ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡା, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, ବୌଦ୍ଧ ଆଦି ୨୪ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ବି ସାରା ରାଜ୍ୟରେ ବର୍ଷା ନେଇ ଜାରି ହୋଇଛି ୱାର୍ଣ୍ଣିଂ । ୪ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା ।
ଆସନ୍ତା କାଲି ସୁଦ୍ଧା ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ। ତଥାପି ଏହା ପ୍ରଭାବରେ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଜାରି ରହିବ ।
ଓଡ଼ିଶାରୁ ମୌସୁମୀ ବିଦାୟ ନେବାର ସମୟ ୧୫ ତାରିଖ ହୋଇଥିବା ବେଳେ ଆଗାମୀ ୫ ଦିନରେ ମୌସୁମୀ ବିଦାୟ ନେବା ପାଇଁ ପାଗ ଅନୁକୂଳ ନଥିବା ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଭାଗ । ରାଜ୍ୟରୁ ଧୀରେ ଧୀରେ ବାୟୁ ଚଳାଚଳର ଦିଗ ବଦଳିବା ସହିତ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରୁ ମୌସୁମୀ ବାୟୁ ବିଦାୟ ନେବା ପାଇଁ ପାଗ ଅନୁକୂଳ ହେବ । (Weather)
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)