WEATHER Photograph: (OTV)
ରାଜ୍ୟରେ ଆସୁଛି ଏକ ବଡ଼ ବର୍ଷା। ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ବିଶେଷ କରି ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଥିଲାଗି ଆସନ୍ତାକାଲି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୮ ତାରିଖ ଲାଗି ୨୪ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଥିମଧ୍ୟରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି। ଏହି ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ହେବା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।
ସେହିଭଳି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିବ। ସେହିପରି ପ୍ରବଳ ଗୁଳୁଗୁଳି ନେଇ ବି ସତର୍କ କରାଇଛି ପାଣିପାଗ ବିଭାଗ ।...
ଆସୁଛି ବଡ଼ ବର୍ଷା !
ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆସନ୍ତାକାଲି ଯାଏଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
୮ ତାରିଖ ଯାଏଁ ୨୪ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ
୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/03/06/weather-2026-03-06-21-52-06.jpg)