Advertisment

Severe Cold Wave Grips Odisha: ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା, ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା। ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା। ଜି.ଉଦୟଗିରିରେ ସର୍ବନିମ୍ନ ୩.୧ ଡିଗ୍ରୀ ରେକର୍ଡ। ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି।

WINTER

WINTER Photograph: (OTV)

Advertisment

ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା। ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା। ଶୀତ ଲହରି ଜାରି ରହିବା ଆଶଙ୍କାରେ ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। 

Advertisment

ଶୁକ୍ରବାର ଜି.ଉଦୟଗିରିରେ ସର୍ବନିମ୍ନ  ୩.୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଶିମିଳିଗୁଡ଼ାରେ ତାପମାତ୍ରା ୩.୬ ଡିଗ୍ରି, ଫୁଲବାଣୀରେ ୫.୫ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରି, ଚିପିଲିମାରେ ୬.୬ ଡିଗ୍ରି, ଝାରସୁଗୁଡ଼ାରେ ୭.୧ ଡିଗ୍ରି ଓ ଭବାନୀପାଟଣାରେ ୭.୫ ଡିଗ୍ରି ଲେଖାଏଁ ରାତି ତାପମାତ୍ରା ରେକର୍ଡ ହୋଇଯାଇଛି। 

ସେହିଭଳି ଅନୁଗୁଳ, ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାର କିଛି କିଛି ଅଞ୍ଚଳରେ ଶୀତ ଲହରି ପ୍ରବାହିତ ହେବାର ଆଶଙ୍କାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୬ରୁ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ଥଣ୍ଡା ପାଗ ଜାରି ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୧୨ ଡିଗ୍ରି ରହିବା ନେଇ ଆକଳନ କରିଛି  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Advertisment

•    ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା
•    ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା
•    ଜି.ଉଦୟଗିରିରେ ସର୍ବନିମ୍ନ ୩.୧ ଡିଗ୍ରୀ ରେକର୍ଡ
•    ଶୀତ ଲହରି ପାଇଁ ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
•    ଆସନ୍ତା ୬ରୁ ୭ ଦିନ ଯାଏଁ ଜାରି ରହିବ ପ୍ରବଳ ଥଣ୍ଡା

Cold Wave Alert Cold Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ