• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୪ ଆକ୍ରାନ୍ତ

  • କ୍ୱାରେଣ୍ଟିନରୁ ୨୩୮; ଲୋକାଲ କେସ୍- ୧୬୯ ଚିହ୍ନଟ

  • ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬କୁ ବୃଦ୍ଧି

 

ଭୁବନେଶ୍ୱର : ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି । ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ଖସୁଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୪୦୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପ୍ରାଣ ହରାଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୪ ଆକ୍ରାନ୍ତ ଅଛନ୍ତି । ସେହିପରି କ୍ୱାରେଣ୍ଟିନରୁ ୨୩୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୧୬୯ ଜଣ ।

ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୧୬୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ଜଣେ ମହିଳାଙ୍କ ସମେତ ୪ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮,୨୨୦କୁ ବୃଦ୍ଧି ଘଟିଛି ।

୪୦୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୧୬ଜଣ, ବରଗଡ଼ରୁ ୧ଜଣ, ଭଦ୍ରକରୁ ୨ ଜଣ, କଟକରୁ ୬୩ଜଣ, ଦେବଗଡ଼ରୁ ୨ଜଣ, ଜଗତସିଂହପୁରରୁ ୧୮ଜଣ, ଯାଜପୁରରୁ ୧୭ଜଣ, କଳାହାଣ୍ଡିରୁ ୩, କେନ୍ଦ୍ରାପଡ଼ାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୬୭ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ୧ଜଣ, ମୟୁରଭଞ୍ଜରୁ ୨୬ଜଣ, ନୟାଗଡ଼ରୁ ୫ଜଣ, ପୁରୀରୁ ୧୯ଜଣ, ସମ୍ବଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୨ଜଣ ଓ ଷ୍ଟେଟପୁଲରୁ ୩୯ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦୨୩୬୯୪୫ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି । ମୋଟ୍ ୧୦୨୮୩୩୬ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୦୭୫ ଆକ୍ଟିଭ୍ କେସ୍ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦୨୮୩୬୬ ଜଣ । ସେହିପରି ଗତକାଲି କରୋନାରୁ ସୁସ୍ଥ ହୋଇଛନ୍ତି ୬୦୬ ଜଣ ।