Advertisment

ଆଜି ବି ବାହାରିଲେ ୭୪୫ କରୋନା ଆକ୍ରାନ୍ତ, ପିଲାଙ୍କ ସଂଖ୍ୟା ୧୧୯

ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ବି ୭୦୦ ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଚିହ୍ନଟ ହୋଇଛନ୍ତି  ୭୪୫ ଆକ୍ରାନ୍ତ।

author-image
Minati Mishra
ଅଦ୍ୟତନ ହୋଇଛି
covid 19

covid 19

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ବି ୭୦୦ ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଚିହ୍ନଟ ହୋଇଛନ୍ତି  ୭୪୫ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ୪୩୫ ଜଣ ଥିବାବେଳେ ଲୋକାଲ କେସ୍ ୩୧୦ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟୁଇଟ କରି ଜଣାଇଛି। ତେବେ ଚିନ୍ତାର ବିଷୟ ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୧୯ ଜଣ ଚିହ୍ନଟ ହୋଇଛନ୍ତି। 

Advertisment

ଅନ୍ୟପକ୍ଷେ ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ପୁରୀରୁ  ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। 

Advertisment

ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୦, ବାଲେଶ୍ୱରରୁ ୩୨, ବରଗଡ଼ରୁ ୧୧, ଭଦ୍ରକରୁ ୯, କଟକରୁ ୧୨୦, ଦେବଗଡ଼ରୁ ୬, ଢେଙ୍କାନାଳରୁ ୯,
ଗଂଜାମରୁ ୩, ଜଗତସିଂହପୁରରୁ ୧୮, ଯାଜପୁରରୁ ୨୭, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୮, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୨୦୭, କୋରାପୁଟରୁ ୧, ମାଲକାନଗିରିରୁ ୧, ମୟୂରଭଂଜରୁ ୩୨, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୧୧, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ୨, ସମ୍ବଲପୁରରୁ୧୦, ସୁବର୍ଣ୍ଣପୁରରୁ ୧, ସୁନ୍ଦରଗଡ଼ରୁ ୨୪ ଓ ଷ୍ଟେଟ୍‌ପୁଲ୍‌ରୁ ୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ  ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୮୩କୁ ବୃଦ୍ଧି ପାଇଛି।

ସେହିପରି ଗତ ୨୪ ଘଂଟାରେ ଦେଶରେ ମୋଟ୍‌ ୩୪,୯୭୩ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି।  ଅନ୍ୟପକ୍ଷେ ୨୬୦ ଜଣଙ୍କ ପ୍ରାଣ ନେଇଛି କରୋନା। ଏହାସହ ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୩,୩୧,୭୪,୯୫୪ ରେ ପହଞ୍ଚିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାସହ ୪,୪୨,୦୦୯ରେ ପହଞ୍ଚିଲାଣି ମୃତକଙ୍କ ସଂଖ୍ୟା। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦେଶରେ ଏବେ ବି ୩,୯୦,୬୪୬ ଆକ୍ଟିଭ୍‌ କେସ୍‌ ରହିଛି। ଯାହାକୁ ନେଇ କେନ୍ଦ୍ର ସରକାରଙ୍କର ଏବେ ଚିନ୍ତା ବଢିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ, ଦେଶରେ ଏବେ ସୁଦ୍ଧା ମହାମାରୀରୁ ୩,୨୩,୪୨,୨୯୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। କେବଳ ଏତିକି ନୁହେଁ ବରଂ ଦେଶରେ ମୋଟ୍‌ ୭୨.୩୭,୮୪,୫୮୬ ଜଣଙ୍କୁ କରୋନା ଟିକା ଦିଆଯାଇଥିବା ନେଇ ସୂଚନା ମିଳିଛି

COVID-19 Odisha COVID-19 Update
Advertisment
Advertisment