Advertisment

୨୪ ଘଣ୍ଟାରେ ୪୨୮ ନୂତନ ସଂକ୍ରମିତ ଚିହ୍ନଟ, ୪ ମୃତ

ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ୫୫ ଜଣ ଅଛନ୍ତି । ରାଜ୍ୟରେ ନୂଆ ସଂକ୍ରମିତଙ୍କୁ ମିଶାଇ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୨୬୧ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ୧୭୬ ଜଣ ଅଛନ୍ତି ଲୋକାଲ୍‌ କେସ୍ ।

author-image
Prangyan Parimita
ଅଦ୍ୟତନ ହୋଇଛି
corona virus

corona virus

ଭୁବନେଶ୍ୱର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ୫୫ ଜଣ ଅଛନ୍ତି । ରାଜ୍ୟରେ ନୂଆ ସଂକ୍ରମିତଙ୍କୁ ମିଶାଇ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୨୬୧ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ୧୭୬ ଜଣ ଅଛନ୍ତି ଲୋକାଲ୍‌ କେସ୍ ।

Advertisment

ଆଜି ଚିହ୍ନଟ ୪୨୮ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୫ଜଣ, ବାଲେଶ୍ୱରରୁ ୧୮ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ୧୦ଜଣ, କଟକରୁ ୪୬ଜଣ, ଦେବଗଡ଼ରୁ ୪ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୨୦ଜଣ, ଯାଜପୁରରୁ ୨୧ଜଣ, କେନ୍ଦ୍ରାପଡ଼ାରୁ ୬ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୭୯ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୧୮ଜଣ, ନୟାଗଡ଼ରୁ ୮ଜଣ, ନୂଆପଡ଼ାରୁ ୪ଜଣ, ପୁରୀରୁ ୧୫ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୯ଜଣ, ସୁନ୍ଦରଗଡ଼ରୁ ୬ଜଣ ଓ ଷ୍ଟେଟ ପୁଲ୍‌ରୁ ୪୨ଜଣ ଚିହ୍ନଟ ହୋଇଛନ୍ତି ।

Advertisment

ସେପଟେ ଗତକାଲି କରୋନାରୁ ସୁସ୍ଥ ହୋଇଛନ୍ତି ୬୮୨ ଜଣ । ରାଜ୍ୟରେ ଏବେ ସୁଦ୍ଧା ମୋଟ୍ ୧୮୯୫୩୧୬୩ ଜଣଙ୍କର ନମୁନା ପରୀକ୍ଷଣ ହୋଇଛି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୨୯୦ ଥିବାବେଳେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୧୭୨୬୧ରେ ପହଞ୍ଚିଛି ।ସେହିପରି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମୁଛି । ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୦୮କୁ ବୃଦ୍ଧି ପାଇଛି । 

Corona Vaccine Coronavirus
Advertisment
Advertisment