Advertisment

ଲଗାତର ୪ ଦିନ ଧରି ରାଜ୍ୟ ବଢୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୨୨୧୫ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଲଗାତର ୪ ଦିନ ହେଲା ପୁଣି ବଢୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୨ ହଜାର ୨୧୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ୱାରେଣ୍ଟିନରୁ ୧ ହଜାର ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୯୪୩ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି

author-image
Prangyan Parimita
ଅଦ୍ୟତନ ହୋଇଛି
ଲଗାତର ୪ ଦିନ ଧରି ରାଜ୍ୟ ବଢୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୨୨୧୫ ସଂକ୍ରମିତ ଚିହ୍ନଟ

corona virus

ଭୁବନେଶ୍ୱର : କମିବା ପରେ ପୁଣି ବଢ଼ୁଛି ସଂକ୍ରମଣ । ରାଜ୍ୟରେ ଲଗାତର ୪ ଦିନ ହେଲା ପୁଣି ବଢୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୨ ହଜାର ୨୧୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ୱାରେଣ୍ଟିନରୁ ୧ ହଜାର ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୯୪୩ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Advertisment

ନୂଆ ସଂକ୍ରମିତଙ୍କ ମଧ୍ୟରୁ ଆଜି ଅନୁଗୁଳରୁ ୮୯, ବାଲେଶ୍ୱରରୁ ୧୫୦, ବରଗଡ଼ରୁ ୧୪, ଭଦ୍ରକରୁ ୭୮, ବଲାଙ୍ଗୀରରୁ ୧୮, ବୌଦ୍ଧରୁ ୧୬, କଟକରୁ ୩୪୮, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫୪, ଗଜପତିରୁ ୧୭, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୧୨୬ଜଣ, ଯାଜପୁରରୁ ୧୨୪ଜଣ, ଝାରସୁଗୁଡ଼ାରୁ ୧୦ଜଣ, କଳାହାଣ୍ଡିରୁ ୫, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୯୫ ଓ କେନ୍ଦୁଝର ଜିଲ୍ଲାରୁ ୪୨ଜଣ କରୋନା ପଜିଟଇଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୪୮୩ଜଣ, କୋରାପୁଟରୁ ୧୦ଜଣ, ମାଲକାନାଗିରିରୁ ୨୫, ମୟୁରଭଞ୍ଜରୁ ୯୯, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୬୯, ନୂଆପଡ଼ାରୁ ୫, ପୁରୀରୁ ୮୪, ରାୟଗଡ଼ାରୁ ୨୯, ସମ୍ବଲପୁର ରୁ ୪୧, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୩, ଷ୍ଟେଟ ପୁଲରୁ ୧୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ରହିଛନ୍ତି ।

ଆଜି ଚିହ୍ନଟ ହୋଇଥିବା ୨୨୧୫ ସଂକ୍ରମିତ ସହ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୪ ହଜାର ୩୨୬କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୯ ଲକ୍ଷ ୨୭ ହଜାର ୯୨୬ଜଣ ସୁସ୍ଥ ହୋଇସାରିଛନ୍ତି । ଏବଂ ରାଜ୍ୟରେ ବର୍ତ୍ତମାନ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୨୧ ହଜାର ୨୮୯ ।

Advertisment

ସେପଟେ ଆଉ ୬୬ କରୋନାର ଆକ୍ରାନ୍ତଙ୍କ ଜୀବନ ଯାଇଛି । ରାଜ୍ୟରେ ୫ ହଜାର ଟପିଲା କରୋନା ଜନିତ ମୃତ୍ୟୁ ସଂଖ୍ୟା । କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୫ ହଜାର ୫୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣଙ୍କର ଜୀବନ ଯାଇଛି । ମୃତକଙ୍କ ମଧ୍ୟରେ ବୌଦ୍ଧ ଜିଲ୍ଲାରୁ ୫ଜଣ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ଅଛନ୍ତି । ସେହିପରି ଗଜପତି, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଓ ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, ରାୟଗଡ଼ା,କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି ।

COVID-19 Pandemic Coronavirus Odisha
Advertisment
Advertisment