Advertisment

ଓଡ଼ିଶାରେ ଚିନ୍ତା ବଢ଼ାଇଲା କରୋନା: ୨ ମାସ ପରେ ୪ ଶହ ଟପିଲା ଦୈନିକ ସଂକ୍ରମଣ

୨ ମାସ ପରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୪ ଶହ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Coronavirus

Coronavirus

୨ ମାସ ପରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୪ ଶହ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୪୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୧୭୫ ରହିଛି।  ୧୮ ବର୍ଷରୁ କମ୍ ବର୍ଗର ୬୭ ଜଣ ଚିହ୍ନଟ ହୋଇଛନ୍ତି। 

Advertisment

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୫୫୬ରେ ପହଞ୍ଚିଛି। ସେଥି ମଧ୍ୟରୁ ୧୦,୪୪,୯୬୨ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍‌ କେସ୍‌ ୨,୦୭୮ ରହିଛି। 

Advertisment


— I & PR Department, Odisha (@IPR_Odisha) January 2, 2022


— I & PR Department, Odisha (@IPR_Odisha) January 2, 2022

ସୂଚନାଥାଉ କି, ଗତବର୍ଷ ଅକ୍ଟୋବର ୩୦ରେ ୪୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୮୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୨୦୩ ଥିଲା।  ୧୮ ବର୍ଷରୁ କମ୍ ବର୍ଗର ୭୭ ଜଣ ଚିହ୍ନଟ ହୋଇଥିଲେ।

ଓମିକ୍ରନ୍‌ର ଦ୍ରୁତ ସଂକ୍ରମଣ ଓ ତତ୍‌ଜନିତ ସ୍ୱାସ୍ଥ୍ୟ ସଙ୍କଟକୁ ମୁକାବିଲା ପାଇଁ ସଜାଗ ରହିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି। ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ମେଡିକାଲ ଭିତ୍ତିଭୂମି ଆଗୁଆ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ଏନେଇ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସଚିବଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ଏଥିରେ ଲୋକଙ୍କୁ ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦେବାକୁ ରାଜ୍ୟଗୁଡ଼ିକ ତୁରନ୍ତ ଅସ୍ଥାୟୀ ହସ୍ପିଟାଲ ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

COVID19 Corona Cases In Odisha
Advertisment
Advertisment