• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୩ ଆକ୍ରାନ୍ତ

  • କ୍ୱାରେଣ୍ଟିନରୁ ୩୩୭; ଲୋକାଲ କେସ୍- ୨୪୫ ଚିହ୍ନଟ

  • ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪କୁ ବୃଦ୍ଧି

  • ଆକ୍ଟିଭ୍- ୫,୧୧୩; ସୁସ୍ଥ ହେଲେଣି ୧୦ ଲକ୍ଷ ୧୬ ହଜାର ୫୯୪

ଭୁବନେଶ୍ୱର : ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି । ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ଖସୁଛି ସଂକ୍ରମଣ ଗ୍ରାଫ୍ । ଦୁଇ ଦିନ ହେବ ରାଜ୍ୟରେ ୫୦୦ ଉପର ରହୁଛି ସଂକ୍ରମଣ । ଗତକାଲି ୫୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୫୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୩ ଆକ୍ରାନ୍ତ ଅଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୪୫ ଜଣ ।

ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ ଆଉ ୭ ଜଣ କରୋନାରେ ଜୀବନ ହାରିଛନ୍ତି । କଟକ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ଓ ଢେଙ୍କାନାଳ, ଜଗତସିଂହପୁର, ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ ।

୫୮୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗିର ୩ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୨ଜଣ, ଢ଼େଙ୍କାନାଳରୁ ୪ ଜଣ, ଗଜପତି ୫, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୨୪ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୧ ଜଣ , କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୮୨ ଜଣ, କୋରାପୁଟରୁ ୧ଜଣ, ମୟୁରଭଞ୍ଜରୁ ୨୨ଜଣ, ନବରଙ୍ଗପୁରର ୧ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୨୧ ଜଣ, ସମ୍ବଲପୁରରୁ ୨୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟପୁଲରୁ ୬୬ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦୪୪୩୬୩୪ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି । ମୋଟ୍ ୧୦୨୯୯୯୪ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୧୧୩ ଆକ୍ଟିଭ୍ କେସ୍ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦୧୬୫୯୪ଜଣ । ସେହିପରି ଗତକାଲି କରୋନାରୁ ସୁସ୍ଥ ହୋଇଛନ୍ତି ୪୨୯ ଜଣ ।