Advertisment

ରାଜ୍ୟରେ ଦିନକରେ ୬୪୪ ସଂକ୍ରମିତ ଚିହ୍ନଟ; ୭ ମୃତ

ଧୀରେ ଧୀରେ ଦ୍ୱିତୀୟ ଲହରୀ ଦୁର୍ବଳ ହେବା ସହ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ଆଜି ପୁଣି ରାଜ୍ୟରେ ଦିନକରେ ୬୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୬୯ ଜଣ ।

author-image
Prangyan Parimita
ଅଦ୍ୟତନ ହୋଇଛି
corona virus

corona virus

ଭୁବନେଶ୍ୱର : ରାଜ୍ୟରେ ଖସୁଛି ସଂକ୍ରମଣ ପାରା । ଧୀରେ ଧୀରେ ଦ୍ୱିତୀୟ ଲହରୀ ଦୁର୍ବଳ ହେବା ସହ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ଆଜି ପୁଣି ରାଜ୍ୟରେ ଦିନକରେ ୬୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୬୯ ଜଣ । ସବୁଦିନ ପରି ଆଜି ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଜଣ ଚିହ୍ନଟ ହୋଇଛନ୍ତି । ତେବେ ନୂଆ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ଅମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪କୁ ବୃଦ୍ଧି ପାଇଛି ।

Advertisment

୬୪୪ ସଂକ୍ରମିତଙ୍କ ସହ ରାଜ୍ୟରେ ଆଉ ୭ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି ।ଅନୁଗୁଳ, କଟକ, ଯାଜପୁର, ଖୋର୍ଦ୍ଧା, ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସଂକ୍ରମିତ ଜୀବନ ହାରିଛନ୍ତି । ସେହିପରି ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮,୧୫୭କୁ ବୃଦ୍ଧି ପାଇଛି ।

Advertisment

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୧୪ଜଣ, ବାଲେଶ୍ୱରରୁ ୩୪ଜଣ, ଭଦ୍ରକରୁ ୭ଜଣ, ବଲାଙ୍ଗୀରରୁ ୫ଜଣ, କଟକରୁ ୭୭ଜଣ, ଦେବଗଡ଼ରୁ ୪ଜଣ, ଢେଙ୍କାନାଳରୁ ୬ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୨୮ଜଣ, ଯାଜପୁରରୁ ୨୦ଜଣ, ଝାରସୁଗୁଡ଼ାରୁ ୫ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୧ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୨୮୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ ୫ଜଣ, ମୟୁରଭଞ୍ଜରୁ ୧୫ଜଣ, ନୟାଗଡ଼ରୁ ୬ଜଣ, ପୁରୀରୁ ୨୨ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୧୦ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୩ଜଣ ଓ ଷ୍ଟେଟପୁଲରୁ ୬୭ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୯୫୧୭୮୪୫ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି । ମୋଟ୍ ୧୦୨୨୫୯୪ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୭୧୩ ଆକ୍ଟିଭ୍ କେସ୍ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦୦୮୬୭୧ ଜଣ । ସେହିପରି ଗତକାଲି କରୋନାରୁ ସୁସ୍ଥ ହୋଇଛନ୍ତି ୪୪୫ ଜଣ ।

COVID-19 Cases Coronavirus
Advertisment
Advertisment