/odishatv-khabar/media/post_attachments/uploadimage/library/16_9/16_9_0/aiims_1623329826.jpg)
aiims
ଭୁବନେଶ୍ୱର: ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। ୫୦ ଦିନ ହେଲା ତାଙ୍କୁ ଭେଣ୍ଟିଲେଟରରୁ ବାହାର କରାଯାଇଛି। ତଥାପି ଏବେ ସେ ଆଇସିୟୁରେ ଅଛନ୍ତି। ଖିଆପିଆ ଓ ଚଲାବୁଲା କରୁଛନ୍ତି। ପାଖାପାଖି ୭୦ ଦିନ ହେବ ଏମ୍ସରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ନାୟକ। ଖୁବଶୀଘ୍ର ତାଙ୍କୁ ଡିସଚାର୍ଜ କରାଯିବ ବୋଲି ଭୁବନେଶ୍ୱର ଏମ୍ସ ପକ୍ଷରୁ କୁହାଯାଇଛି। କୋଭିଡରେ ଆକ୍ରାନ୍ତ ହୋଇ ଏମ୍ସରେ ଭର୍ତ୍ତି ହୋଇଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। ସେହିପରି କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଛି। ତାଙ୍କୁ ଏବେ ଅକ୍ସିଜେନ୍ ସପୋର୍ଟର ଆବଶ୍ୟକତା ନାହିଁ। ତାଙ୍କର କିଡନୀ ଜନିତ ସମସ୍ୟା ଥିଲା ତାହାର ଏବେ ଚିକିତ୍ସା ଚାଲିଛି ବୋଲି କହିଛନ୍ତି ଭୁବନେଶ୍ୱର ଏମ୍ସର ଅଧୀକ୍ଷକ କହିଛନ୍ତି।
Also Read
ସେପଟେ, ରାଜ୍ୟରେ ସାମାନ୍ୟ ବଢ଼ିଲା ସଂକ୍ରମଣ । ଲଗାତାର ଦୁଇ ଦିନ ହେଲା ୨ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା । ଗତ କାଲି ରାଜ୍ୟରେ ୨ ହଜାର ୭୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୧୧୦ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୨୧୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୮୯୭ । ସେପଟେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରେ ସର୍ବାଧିକ ୪୫୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୨୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୪୬, ବାଲେଶ୍ୱରରୁ ୧୬୮, ବରଗଡ଼ରୁ ୧୪, ଭଦ୍ରକରୁ ୭୯, ବଲାଙ୍ଗିରରୁ ୧୩, ବୌଦ୍ଧରୁ ୧୬, କଟକରୁ ୩୨୩, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୫, ଗଜପତିରୁ ୧୧, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୬୭, ଯାଜପୁରରୁ ୯୨, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୭, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୧୩୨, କେନ୍ଦୁଝରରୁ ୬୬, ଖୋର୍ଦ୍ଧାରୁ ୪୫୮, କୋରାପୁଟରୁ ୧୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ- ୨୨, ମୟୂରଭଞ୍ଜରୁ ୯୯, ନବରଙ୍ଗପୁରରୁ ୧୦,ନୟାଗଡ଼- ୭୪, ନୂଆପଡ଼ାରୁ ୨, ପୁରୀରୁ ୧୧୩, ରାୟଗଡ଼ାରୁ ୨୯, ସମ୍ବଲପୁରରୁ ୧୯, ସୋନପୁରରୁ ୪ଜଣ, ସୁନ୍ଦରଗଡ଼ରୁ ୬୨ଜଣ ଓ ଷ୍ଟେଟ ପୁଲରୁ ୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
/odishatv-khabar/media/member_avatars/uploadimage/library/16_9/16_9_1/Sarbeswar_1626676113.jpg )




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)