Advertisment

ପୁଣି ରାଜଧାନୀରୁ କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗର ଜବତ

ପୁଣି ରାଜଧାନୀ ଭୁବନେଶ୍ୱରରୁ କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗର ଜବତ ହୋଇଛି। ଏଥିରେ ସମ୍ପୃକ୍ତି ନେଇ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ ୨ ଜଣ ବେପାରୀଙ୍କୁ ଗିରଫ କରିଛି।ଦୁହେଁ ପଶ୍ଚିମବଙ୍ଗ ଦକ୍ଷିଣ ଚବିଶ ପ୍ରଗଣା ଅଞ୍ଚଳର ବୋଲି ଜଣାପଡ଼ିଛି।

author-image
Rajalaxmi Sahoo
Brownsugar Seized In Bhubaneswar

Brownsugar Seized In Bhubaneswar

ଭୁବନେଶ୍ୱର: ପୁଣି ରାଜଧାନୀ ଭୁବନେଶ୍ୱରରୁ କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗର ଜବତ ହୋଇଛି। ଏଥିରେ ସମ୍ପୃକ୍ତି ନେଇ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ ୨ ଜଣ ବେପାରୀଙ୍କୁ ଗିରଫ କରିଛି।ଦୁହେଁ ପଶ୍ଚିମବଙ୍ଗ ଦକ୍ଷିଣ ଚବିଶ ପ୍ରଗଣା ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନଙ୍କ ନିକଟରୁ ୧ କିଲୋ ୨୫ ଗ୍ରାମ ଓଜନର ବ୍ରାଉନସୁଗର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ କୋଟିଏରୁ ଅଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। 

Advertisment

ଗୁଇନ୍ଦା ସୂଚନା ଆଧାରରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଭୁବନେଶ୍ୱରର ରସୁଲଗଡ଼ କ୍ରସିଂ ପାଖରେ ଚଢ଼ଉ କରି ଏତେ ପରିମାଣର ବ୍ରାଉନସୁଗର ଜବତ କରିବା ସହ ପଶ୍ଚିମବଙ୍ଗର ୨ ବେପାରୀଙ୍କୁ ଗିରଫ କରିଥିଲା। ଉଭୟଙ୍କୁ ଏସ୍‌ଟିଏଫ୍‌ ଗିରଫ କରି କୋର୍ଟ ଚାଲାଣ କରିଛି। ଦୁହେଁ ପଶ୍ଚିମବଙ୍ଗରୁ ବ୍ରାଉନସୁଗର ଆଣି ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ବିକ୍ରି କରୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏମାନଙ୍କ ସହ ଆଉ କେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି, ସେନେଇ ତଦନ୍ତ ଜାରି ରହିଛି।

Advertisment

ସୂଚନାଥାଉ କି, ଗତ ୧୨ ତାରିଖ ଖୋର୍ଦ୍ଧା ସହରରୁ  ୧ କେଜି ୩୨୦ ଗ୍ରାମ ବ୍ରାଉନସୁଗର ଜବତ କରାଯାଇଥିଲା। ଖୋର୍ଦ୍ଧା ବସ୍ ଷ୍ଟାଣ୍ଡରେ ବ୍ରାଉନସୁଗର ବିକ୍ରି ପାଇଁ ପ୍ରସ୍ତୁତ ହେଉଥିବା ନେଇ ଖବର ପାଇବା ପରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ ଚଢ଼ଉ କରିଥିଲା। ଚଢଉ ବେଳେ ୧ କେଜି ୩୨୦ ଗ୍ରାମ ବ୍ରାଉନସୁଗାର ଜବତ ସହ ୩ ଜଣଙ୍କୁ ଗିରଫ କରିଥିଲା ଏସ୍‌ଟିଏଫ୍। 

Brown Sugar Seized Bhubaneswar Odisha
Advertisment
Advertisment