Advertisment

ଲାଲ ଆତଙ୍କ; ସୁପରଭାଇରଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି ସୀମାନ୍ତରେ ପୁଣି ମାତିଛନ୍ତି ମାଓବାଦୀ। ମାଓବାଦୀ ଆତଙ୍କରେ ପୁଣି ଲାଲ ହୋଇଛି ଓଡ଼ିଶା-ଛତିଶଗଡ଼ ସୀମାନ୍ତ। ଏକ ଠିକା ସଂସ୍ଥାର ସୁପରଭାଇଜରଙ୍କୁ ଲାଲବାହିନୀ ହତ୍ୟା କରିଥିବାର ଅଭିଯୋଗ ହୋଇଛି।

author-image
Minati Mishra
Naxal attack

Naxal attack

ମାଲକାନଗିରି:  ମାଲକାନଗିରି ସୀମାନ୍ତରେ ପୁଣି ମାତିଛନ୍ତି ମାଓବାଦୀ। ମାଓବାଦୀ ଆତଙ୍କରେ ପୁଣି ଲାଲ ହୋଇଛି ଓଡ଼ିଶା-ଛତିଶଗଡ଼ ସୀମାନ୍ତ। ଏକ ଠିକା ସଂସ୍ଥାର ସୁପରଭାଇଜରଙ୍କୁ ଲାଲବାହିନୀ ହତ୍ୟା କରିଥିବାର ଅଭିଯୋଗ ହୋଇଛି।  ଏହି ଘଟଣା ଘଟିଛି ଛତିଶଗଡ଼ ନାରାୟଣପୁର ଜିଲ୍ଲା ମୋଡ଼େନାରରେ।

Advertisment

 ନାରାୟଣପୁର ଜିଲ୍ଲା ମୋଡ଼େନାରରେ  ରାସ୍ତା କାମ ଚାଲିଥିଲା। ମାଓବାଦୀମାନେ ଏହି ରାସ୍ତାକାମକୁ ବିରୋଧ କରୁଥିଲେ।   ଏହାକୁ ବିରୋଧ କରି ମାଓବାଦୀମାନେ ଠିକା ସଂସ୍ଥାର ସୁପରଭାଇଜରଙ୍କୁ ହତ୍ୟା କରିବା ସହିତ  ସଂସ୍ଥାର ୪ଟି ଗାଡ଼ିକୁ ମଧ୍ୟ ଜାଳି ଦେଇଛନ୍ତି।

Advertisment

ହତ୍ୟା ପରେ ଘଟଣାସ୍ଥଳରେ ନକ୍ସଲମାନେ ପୋଷ୍ଟର ଛାଡ଼ି ଯାଇଛନ୍ତି। ରାସ୍ତା କାମକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ରାସ୍ତା କାମକୁ ସ୍ଥାନୀୟ ଲୋକ ସହଯୋଗ ନ କରିବାକୁ ପୋଷ୍ଟରରେ ଧମକ ଦିଆଯାଇଛି। ଏହି ହିଂସାକାଣ୍ଡରେ  ଶତାଧିକ ସଶସ୍ତ୍ର ମହିଳା  ଓ ପୁରୁଷ  ନକ୍ସଲ ସାମିଲ ଥିଲେ। ଏହି ଘଟଣାପରେ ପରେ ପୁଲିସ ପକ୍ଷରୁ ସେହି ଅଞ୍ଚଳରେ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି।

Naxal Attack Malkangiri
Advertisment
Advertisment